Posted inଜାତୀୟ

ଶିନ୍ଦେଙ୍କୁ ହଟାଇବା ପାଇଁ ଭାଜପା ସହ ହାତ ମିଳାଇଛନ୍ତି ଅଜିତ

ମୁମ୍ବାଇ, ୪ା୭: ମହାରାଷ୍ଟ୍ର ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥବା ଏନ୍‌ସିପି ନେତା ଅଜିତ ପାଓ୍ବାର ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ପଦରୁ ଏକନାଥ ଶିନ୍ଦେଙ୍କୁ ହଟାଇବେ ବୋଲି ଉଦ୍ଧବ ଠାକ୍‌ରେଙ୍କ ଶିବସେନା (ୟୁବିଟି) ମୁଖପତ୍ର ‘ସାମନା’ର ସମ୍ପାଦକୀୟରେ ଉଲ୍ଲେଖ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ନେତୃତ୍ୱରେ ଭାଜପା କେବଳ ମହାରାଷ୍ଟ୍ରର ନୁହେଁ ସାରା ଦେଶର ରାଜନୀତିକୁ କଳୁଷିତ କରିଛି। ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାରେ ଅଜିତ ରେକର୍ଡ କରିଛନ୍ତି। ଏଥର ଡିଲ୍‌ ବହୁତ ଦୃଢ଼ ବୋଲି ସେନା ମୁଖପତ୍ର କହିଛି। ଅଜିତ କେବଳ ସେଠାକୁ ଉପମୁଖ୍ୟମନ୍ତ୍ରୀ ହେବାକୁ ଯାଇନାହାନ୍ତି। ଶିନ୍ଦେ ଏବଂ ସେନାର ବିଦ୍ରୋହୀ ବିଧାୟକମାନଙ୍କୁ ଖୁବ୍‌ଶୀଘ୍ର ଅଯୋଗ୍ୟ ଘୋଷଣା କରାଯିବ ଏବଂ ଅଜିତଙ୍କୁ ମୁଖ୍ୟମନ୍ତ୍ରୀ ପଦରେ ଅଭିଷିକ୍ତ କରାଯିବ ବୋଲି ସାମନା ସମ୍ପାଦକୀୟରେ କୁହାଯାଇଛି। ମହାରାଷ୍ଟ୍ର ରାଜନୀତିରେ ଏଭଳି ପରମ୍ପରା ନ ଥିଲା। ଜନସାଧାରଣ କଦାପି ଏହାକୁ ସମର୍ଥନ କରିବେ ନାହିଁ ବୋଲି ସେନା ମୁଖପତ୍ରରେ ଦାବି କରାଯାଇଛି। ଅଜିତ ପାଓ୍ବାର ରବିବାର ଏନ୍‌ସିପିର ୮ ବିଧାୟକଙ୍କ ସହ ଏକନାଥ ଶିନ୍ଧେ ସରକାରରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri