Posted inଜାତୀୟ

ଅଜିତଙ୍କ ଚାଲାକି,ଆଗୁଆ ସୁପ୍ରିମକୋର୍ଟରେ ପହଞ୍ଚିଲେ: ଦାଖଲ କଲେ ପିଟିଶନ…

ମୁମ୍ବାଇ,୭।୨ : ନିର୍ବାଚନ ଆୟୋଗ ଅଜିତ ପାୱାରଙ୍କ ଜାତୀୟତାବାଦୀ କଂଗ୍ରେସ ପାର୍ଟିକୁ ପ୍ରକୃତ ଏନସିପି ଘୋଷଣା କରିଛନ୍ତି। ଆୟୋଗର ଏହି ନିଷ୍ପତ୍ତି ପରେ ମହାରାଷ୍ଟ୍ରରେ ଶରଦ ପାୱାରଙ୍କ ଦଳ ଏହି ନିଷ୍ପତ୍ତି ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ପ୍ରକାଶ , ଏହି ପ୍ରସଙ୍ଗରେ ବିରୋଧୀ ଶୀଘ୍ର ସୁପ୍ରିମକୋର୍ଟଙ୍କ ନିକଟକୁ ଯାଇପାରନ୍ତି। ତେବେ ଏହାପୂର୍ବରୁ ଅଜିତ ପାୱାର ଗୋଷ୍ଠୀ ବୁଧବାର କୋର୍ଟରେ ଏକ ପିଟିଶନ ଦାଖଲ କରିଛନ୍ତି। ସେମାନଙ୍କ ତରଫରୁ ବିରୋଧୀଦଳଙ୍କ ଦ୍ୱାରା ଦାଖଲ ହୋଇଥିବା କୌଣସି ଆବେଦନ ଉପରେ ମଧ୍ୟ ଶୁଣାଣି କରାଯିବାକୁ ଦାବି କରାଯାଇଛି।

ସୂଚନାଯୋଗ୍ୟ ଛଅ ମାସରୁ ଅଧିକ ସମୟ ଧରି ଚାଲିଥିବା ୧୦ରୁ ଅଧିକ ଶୁଣାଣି ପରେ ନିର୍ବାଚନ ଆୟୋଗ ଏନସିପିରେ ଏହି ବିବାଦର ସମାଧାନ କରିଥିଲେ ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଦଳ ସପକ୍ଷରେ ଏହାର ରାୟ ଦେଇଛନ୍ତି। ବର୍ତ୍ତମାନ ଏନସିପିର ନାମ ଏବଂ ନିର୍ବାଚନ ଚିହ୍ନ ଅଜିତ ପାୱାରଙ୍କ ପାଖରେ ରହିବ। ଏହି ନିଷ୍ପତ୍ତି ଉପରେ ଶରଦ ପାୱାରଙ୍କ ଦଳ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏଥି ସହ ମହାଭିକାଶ ଅଘାଡି, ଶିବସେନା ଏବଂ କଂଗ୍ରେସରେ ତାଙ୍କ ସହଯୋଗୀ ଥିବା ଉଦ୍ଧବ ମଧ୍ୟ ନିର୍ବାଚନ ଆୟୋଗର ନିଷ୍ପତ୍ତିକୁ ବିରୋଧ କରି କୋର୍ଟକୁ ଯିବା କଥା କହିଥିଲେ।

 

ଆହୁରି ପଢ଼ନ୍ତୁ: ଅଜିତଙ୍କୁ ଏନସିପି ପ୍ରଦାନ କରାଯିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ୟାରେଣ୍ଟି, ନିର୍ବାଚନ କମିଶନ କରିଛନ୍ତି ଭୁଲ: ଶିବସେନା..

 

ଅପରପକ୍ଷରେ ଅଜିତ ପାୱାର ପ୍ରତିକ୍ରିୟାରେ କହିଛନ୍ତି ଗଣତନ୍ତ୍ରରେ କେବଳ ସଂଖ୍ୟାଗରିଷ୍ଠତାକୁ ପ୍ରାଧାନ୍ୟ ଦିଆଯାଏ। ପ୍ରାୟ ୫୦ଜଣ ବିଧାୟକ ଆମ ସହିତ ଅଛନ୍ତି। ଏପରିକି ଅଧିକାଂଶ ଜିଲା ସଭାପତି ତଥା ପାର୍ଟି ସେଲର ମୁଖ୍ୟମାନେ ମଧ୍ୟ ଆମ ସହିତ ଛିଡା ହୋଇଛନ୍ତି। ମୁଁ ନିର୍ବାଚନ ଆୟୋଗଙ୍କର ନିଷ୍ପତ୍ତିକୁ ସ୍ବାଗତ କରୁଛି। ନିର୍ବାଚନ ଆୟୋଗଙ୍କ ଆଦେଶକୁ ଚ୍ୟାଲେଞ୍ଜ କରି ଶରଦ ପାୱାରଙ୍କ ବିବୃତ୍ତି ଉପରେ ଅଜିତ ପାୱାର କହିଛନ୍ତି ସମସ୍ତଙ୍କର ଏହା କରିବାର ଅଧିକାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri