Posted inଜାତୀୟ

ହରପ୍ରୀତ ସିଂଙ୍କୁ ଜେଡ୍‌ ସୁରକ୍ଷା

ଚଣ୍ଡିଗଡ଼,୩।୬: ପଞ୍ଜାବ ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଅକାଲ ତଖତର ଜଥେଡର ଜିଆନି ହରପ୍ରୀତ ସିଂଙ୍କୁ କେନ୍ଦ୍ର ସରକାର ଜେଡ୍‌ ବର୍ଗର ସୁରକ୍ଷା ଯୋଗାଇଦେଇଛନ୍ତି। ସିଆରପିଏଫ୍‌ ଦ୍ୱାରା ଜାଥେଡର ହରପ୍ରୀତ ସିଂଙ୍କୁ ଏହି ସୁରକ୍ଷା ଯୋଗାଇଦିଆଯିବ। ଶୁକ୍ରବାର ଏନେଇ ଏକ ସରକାରୀ ନିର୍ଦ୍ଦେଶ ଜାରି କରାଯାଇଛି। ସୂଚନାଯୋଗ୍ୟ, ପଞ୍ଜାବର ଭଗଓ୍ବନ୍ତ ମାନ ସରକାରଙ୍କ ଦ୍ୱାରା ଅକାଲ ତାଖତ ଜାଥେଡର ହରପ୍ରୀତ ସିଂଙ୍କ ସୁରକ୍ଷା ପ୍ରତ୍ୟାହାର କରିନିଆଯାଇଥିଲା। ତାଙ୍କ ସୁରକ୍ଷା କ୍ଷେତ୍ରରେ ୬ଜଣ ପୋଲିସ କର୍ମଚାରୀ ନିୟୋଜିତ ହୋଇଥିବା ବେଳେ ଏହାକୁ ହ୍ରାସ କରାଯାଇ ୩ଜଣଙ୍କୁ ମୁତୟନ କରାଯାଇଥିଲା। ଏହାପରେ ହରପ୍ରୀତ କହିଥିଲେ ଯେ, ଅବଶିଷ୍ଟ ସୁରକ୍ଷାକର୍ମୀଙ୍କୁ ମଧ୍ୟ ସେ ରାଜ୍ୟ ସରକାରଙ୍କୁ ଫେରାଇଦେବେ। କାରଣ ସେ ରାଜ୍ୟ ସରକାରଙ୍କ ସୁରକ୍ଷା ଚାହୁଁନାହାଁନ୍ତି। ପଞ୍ଜାବର ଯୁବକମାନେ ତାଙ୍କ ସୁରକ୍ଷା ପାଇଁ ଯଥେଷ୍ଟ ବୋଲି ହରପ୍ରୀତ କହିଥିଲେ। ଅନ୍ୟପଟେ କେନ୍ଦ୍ର ସରକାରଙ୍କ ସୁରକ୍ଷା ଏଜେନ୍ସି ହରପ୍ରୀତ ସିଂଙ୍କ ସୁରକ୍ଷା ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରଣାଳୟକୁ ଏକ ରିପୋର୍ଟ ହସ୍ତାନ୍ତର କରିଥିଲେ। ଏହାପରେ ତାଙ୍କ ସୁରକ୍ଷାକୁ ସମୀକ୍ଷା କରାଯାଇ ଖୁବ୍‌ଶୀଘ୍ର ତାଙ୍କୁ ଜେଡ୍‌ ବର୍ଗର ସୁରକ୍ଷା ଯୋଗାଇଦିଆଯିବ ବୋଲି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ସୂଚନା ମୁତାବକ, ପଞ୍ଜାବର ଗାୟକ ସିଦ୍ଧୁ ମୁସେୱାଲାଙ୍କ ସୁରକ୍ଷା ହ୍ରାସ ପାଇବାର ୨୪ ଘଣ୍ଟା ମଧ୍ୟରେ ତାଙ୍କୁ ହତ୍ୟା କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…

CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ

ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ…

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

Chanakya Niti: କୌଣସି କଥାକୁ ନେଇ ଚିନ୍ତା କରୁଛନ୍ତି କି? ମାନନ୍ତୁ ଏହି ୪ କଥା, ସୁଖରେ କଟିବ ଜୀବନ

ଆଜିର ଦ୍ରୁତ ଗତିଶୀଳ ଜୀବନରେ ଛୋଟ ଛୋଟ ଜିନିଷ ମଧ୍ୟ ପ୍ରାୟତଃ ମାନସିକ ଚାପ ସୃଷ୍ଟି କରୁଛି। କେତେବେଳେ ଅତୀତର ଭୁଲ ଆମକୁ ହଇରାଣ କରେ, ତ…

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?