ଅବ୍ୟବସ୍ଥାରେ ଲୋକାର୍ପଣ ହେଲା ଏକଲବ୍ୟ ଆଦର୍ଶ ବିଦ୍ୟାଳୟ

ଥୁଆମୂଳ ରାମପୁର,୨।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜଲା ଥୁଆମୁଳ ରାମପୁର ବ୍ଳକ ଅଧିନସ୍ଥ ଗୁଣୁପୁର ପଞ୍ଚାୟତ ସ୍ଥିତ ସାଇସୁରୁଣୀ ଗ୍ରାମରେ ହୋଇଥିବା ନୂତନ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ବାରା ଆଭାସୀ ମାଧ୍ୟମରେ ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ଅଧ୍ୟକ୍ଷ ସତ୍ୟ ପ୍ରକାଶ ସତ୍ୟାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଏମ୍‌ପି ମାଳବିକା ସିଂ ଦେଓ ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବରେ କଳାହାଣ୍ଡି ଜିଲାପାଳ ପାଓ୍ବାର ସଚିନ ପ୍ରକାଶ, ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ, ପୂର୍ବତନ ସାଂସଦ ଅର୍କକେଶୋରି ଦେଓ, ଜିଲା ପରିଷଦ ସଭ୍ୟା ଟୁନି ଖୋସ୍ଳା, ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାଏ, ବ୍ଲକ ଅଧକ୍ଷ ଦୟାନିଧି ମାଝୀ ପ୍ରମୁଖ ଯୋଗଦାନ କରିଥିଲେ।

ଏହି ଲୋକାର୍ପଣ ଉତ୍ସବ ମଞ୍ଚକୁ ଶିକ୍ଷକ ଅଜିତ କୁମାର ନାୟକ ପରିଚାଳନା କରିଥିଲେ ଏବଂ ଅନ୍ୟାନ୍ୟ ଅତିଥି ମାନଙ୍କ ମଧ୍ୟରେ ତହସିଲଦାର ନିରୋଜ କୁମାର ଭତ୍ରା, କଲମପୁର ଓ ଥୁଆମୁଳ ରାମପୁର ଦାୟତ୍ବରେ ଥିବା ବିଡିଓ ବିଜୟ ମହଙ୍ଗୀ, ଏଇ ଦିଲ୍ଲୀପ କୁମାର ପଟେଲ, ଏଇଇ ସାଲୁକ ହେମ୍ବ୍ରମ, ବ୍ଲକ ମଙ୍ଗଳା ଅଧିକାରୀ ବିଶ୍ୱଜିତ୍‌ ସ୍ବାଇଁ ସମେତ ଭାଜପା ଜିଲା ବରିଷ୍ଠ କର୍ମକର୍ତ୍ତା, ବିଜେପି ବ୍ଲକ କର୍ମକର୍ତ୍ତା ସହିତ ଜିଲ୍ଲା ପ୍ରଶାସ ଅଧିକାରୀ, ବ୍ଳକ ପ୍ରଶାସନ ଅଧିକାରୀ ସମସ୍ତ ପ୍ରଧାନ ଶିକ୍ଷକ ଉପସ୍ଥିତ ରହିଥିଲେ। ଏହି ଅବସରରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିବା ବେଳେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ତେବେ ଏହି ଲୋକାର୍ପଣ ଉତ୍ସବରେ ଚେୟାର ସବୁ ଖାଲି ପଡିରହିଥିବା ବେଳେ ନିମନ୍ତ୍ରିତ ଅତିଥିମାନଙ୍କ ପାଇଁ ଖାଦ୍ୟପେୟ ମିଳି ନ ଥିଲା। ଯାହାଫଲରେ ଅଧିକାଂଶ ଅତିଥିମାନେ ଭୋକ ଉପାସରେ ନିଜ ନିଜ ଘରକୁ ବାହୁଡି ଯାଇଥିବା ଦେଖିବାକୁ ମିଳିଥିଲା । ଏମିତି କି ଭାଜପାର ବରିଷ୍ଟ ନେତା, ବ୍ଲକ ପ୍ରଶାସନର କର୍ମଚାରୀ ସମେତ ସାମ୍ବାଦିକଙ୍କ ପାଇଁ ମଧ୍ୟ କୌଣସି ଖାଦ୍ୟର ବ୍ୟବସ୍ଥା ହୋଇ ନ ଥିଲା l

ଏନେଇ ଜିଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟଙ୍କୁ ପଚାରି ବୁଝିବାରୁ ସେ ମାତ୍ର ୫୦୦ଜଣଙ୍କ ପାଇଁ ଖାଇବା ପିଇବା ବ୍ୟବସ୍ଥା ହୋଇଥିଲା। ଅଧିକ ଲୋକ ଆସିବାରୁ ଖାଦ୍ୟ ଅଣ୍ଟିଲା ନାହିଁ ବୋଲି ପ୍ରକାଶ କରିଥିଲେ। ତେବେ ଏଠି ପ୍ରଶ୍ନ ଉଠିଛି ଜିଲାପାଳ, ଏମ୍‌ପି, ବିଧାୟକଙ୍କ ଉପସ୍ଥିତି ସଭାରେ କେମିତି ଲୋକେ ଭୋକିଲା ପେଟରେ ଗଲେ। ଉଦ୍‌ଘାଟନୀ କାର୍ଯ୍ୟକ୍ରମ କରିବାକୁ ଟଙ୍କାର ଅଭାବ ଥିଲା କି ନା ଆୟୋଜନ କରିଥିବା ଅଧିକାରୀଙ୍କ ଭୁଲ ପାଇଁ ଏମିତି ହେଲା ବୋଲି ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି l

 


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri