ଓଡିଶା ଟ୍ୟାଲେଣ୍ଟ ହଣ୍ଟ ଜିତି ଗଞ୍ଜାମ ପାଇଁ ଗୌରବ ଆଣିଲେ ଆକାଂକ୍ଷା

ଗଞ୍ଜାମ,୨୨।୮(ବିଦ୍ୟାଧର ସାହୁ): ଓଡିଶା ଟେଲେଣ୍ଟ ହଣ୍ଟ ଡ୍ୟାନ୍ସ ପ୍ରତିଯୋଗିତାରେ ଭାଗ ନେଇ ପ୍ରଥମ ସ୍ଥାନ ଅଧିକାର କରି ଗଞ୍ଜାମ ପାଇଁ ଗୌରବ ଆଣିଛନ୍ତି ଗଞ୍ଜାମର କୁନି ବିସ୍ମୟୀ ଝିଅ ଆକାଂକ୍ଷା ପଣ୍ଡା। ଗଞ୍ଜାମ ସହର ସାନବଜ଼ାର ପ୍ରଫୁଲ କୁମାର ପଣ୍ଡା ଓ ସୋନାଲିଙ୍କ ଝିଅ ଆକାଂକ୍ଷା।
ଖୋର୍ଦ୍ଧାଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଓଡିଶା ଟେଲେଣ୍ଟ ହଣ୍ଟ ଡ୍ୟାନ୍ସ ପ୍ରତିଯୋଗିତାରେ ଭାଗନେଇ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଆକାଂକ୍ଷା ଷ୍ଟାଣ୍ଡାର୍ଡ ୱାନରେ ପାଠ ପଢୁଥିବାବେଳେ ନାଚ ପ୍ରତି ଆଗ୍ରହ ଦେଖି ମାଆ ବାପା ଗଞ୍ଜାମ ବଡ଼ବଜ଼ାରଠାରେ ଡ୍ରିମର ଡ୍ୟାନ୍ସ ଓ ଫିଟନେସ ସେଣ୍ଟରରେ ଗୁରୁ ଏସ. ସନ୍ତୋଷ କୁମାରଙ୍କ ନିକଟରୁ ନୃତ୍ୟ ଶିକ୍ଷା କରୁଛନ୍ତି। ପୂର୍ବରୁ ଆକାଂକ୍ଷା ଗଞ୍ଜାମ ସହରରେ ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନରେ ବିଜୟୀ ହୋଇ ନିଜର ପ୍ରତିଭା ଦେଖାଇଥିବାବେଳେ, ପରବର୍ତ୍ତୀ ସମୟରେ ବ୍ରହ୍ମପୁର, ଜିଲା ଓ ରାଜ୍ୟ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ କ୍ରମାଗତ ଭାବେ ପ୍ରଥମ ସ୍ଥାନ ଅଧିକାର ଆଉ ପଛକୁ ନ ଫେରି ନିଜର କରିସ୍ମା ଦେଖାଇ ଆସୁଛନ୍ତି l ଛୋଟ ବୟସରୁ ପ୍ରତିଭା ଦେଖି ଯୋଗୁ ସେ ବିସ୍ମୟୀ ବାଳିକା ରୂପେ ପରିଚିତ l ବର୍ତ୍ତମାନ ଏହି ସଫଳତା ଗଞ୍ଜାମ ସହର ଓ ଜିଲା ପାଇଁ ଗୌରବ ଆଣିଥିବାରୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି l


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri