କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ ପରିଣତ ହୋଇଛି। କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅକରୁଆ ପଞ୍ଚାୟତର ବଡ଼ସାହିଠାରୁ କେନ୍ଦୁଗୁଡ଼ାକୁ ସଂଯୋଗ କରୁଥିବା ରାସ୍ତାଟି ଦୀର୍ଘ ବର୍ଷ ଧରି ଅବହେଳିତ ହୋଇ ପଡ଼ିଥିଲା।

ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ, ୨୦୦୨ ମସିହାରେ ପଞ୍ଚାୟତ ଗଠନ ହେବା ପରଠାରୁ ଏହି ରାସ୍ତାର ସ୍ଥାୟୀ ସମାଧାନ ପାଇଁ ବାରମ୍ବାର ଦାବି ହୋଇଆସୁଥିଲା। ବର୍ଷାଦିନେ ରାସ୍ତା ଉପରେ ପାଣି ଓ କାଦୁଅ ଜମି ରହିବା ଯୋଗୁଁ ଛାତ୍ରଛାତ୍ରୀ, ଚାଷୀ, ବୃଦ୍ଧ ଓ ମହିଳାମାନେ ଯିବାଆସିବା ସମୟରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଅନେକ ନିର୍ବାଚନ ଆସିଲା ଏବଂ ଅନେକ ସରପଞ୍ଚ ଦାୟିତ୍ୱ ନେଲେ, ମୋତ୍ର ଏହି ରାସ୍ତା ପ୍ରତି ଆବଶ୍ୟକ ଗୁରୁତ୍ୱ ଦିଆଯାଇନଥିବାରୁ ସମସ୍ୟା ଦୀର୍ଘଦିନ ଧରି ଲାଗିରହିଥିଲା।

ବର୍ତ୍ତମାନର ସରପଞ୍ଚ ହେମଲତା ବେହେରା ଦାୟିତ୍ୱ ଗ୍ରହଣ କରିବା ପରେ ଗ୍ରାମବାସୀଙ୍କ ଏହି ଗୁରୁତ୍ୱପୂର୍ଣ୍ଣ ସମସ୍ୟାକୁ ପ୍ରାଥମିକତା ଦେଇଥିଲେ। ରାସ୍ତା ନିର୍ମାଣ ପାଇଁ ସେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ, ଯାହାଫଳରେ ଶେଷରେ ଏହି ରାସ୍ତା ପକ୍କା ହୋଇପାରିଛି।

ଶନିବାର ସରପଞ୍ଚ ହେମଲତା ବେହେରା ଏହି ପକ୍କା ରାସ୍ତାରୁ ଶୁଭାରମ୍ଭ କରିଥିଲେ। ଏହି ଉଦଘାଟନୀ ଉତ୍ସବରେ ସମାଜସେବୀ ଚତୁର୍ଭୁଜ ସ୍ୱାଇଁ, ନାରାୟଣ ଜେନା, ପଦ୍ମନାଭ ଜେନା, ଗୋକୁଳ ଜେନା, ଶ୍ରୀକାନ୍ତ ଜେନା, ମାନସ ଜେନା, ପିଣ୍ଟୁ ଜେନା, ଲିପୁ ଜେନା, ସତ୍ୟବ୍ରତ ଜେନା, ତ୍ରୈଲୋକ୍ୟ ଜେନା, ବାବୁଲା ଜେନା, କୁଷ ଜେନା, ସତ୍ୟବ୍ରତ ଖଣ୍ଡା, ବଳରାମ ଖଟୁଆ, ଜଗତ ଜେନା, ପ୍ରଫୁଲ୍ଲ ଖଟୁଆ, କାହ୍ନୁ ଖଟୁଆ, ବଳିଆ ଯେନା, ମିଞ୍ଜିରି ଯେନା, ବିଜୁ ଜେନା, ମନୋଜ ଯେନା, ବାଇଧର ଖଣ୍ଡା, ବାଇଧର ଜେନା, ଜିତନ ଜେନା, ଗୌରାଙ୍ଗ ଖଟୁଆ, ଅଜୁ ଜେନା, ଗୁରୁ ଜେନା, ନନ୍ଦ ସେଠୀ, ଶଙ୍କର ସ୍ୱାଇଁ, ସଞ୍ଜୁ ବେହେରା, କାଳିଆ ଜେନା, ଅରୁଣ ବେହେରା, ସଞ୍ଜୟ ପାତ୍ର, ଅଜୟ ପାତ୍ର, ଜୁବୁଲା ସାମଲ ତଥା ୱାର୍ଡ ସଭ୍ୟ ଶୁଭଶ୍ରୀ ଜେନା, ସତ୍ୟଭାମା ଖଟୁଆ, ନିର୍ମଳ ଜେନା, ଅହଲ୍ୟା, ଭାଗେଶ୍ୱର୍ ବେହେରା, ମାଧବିଲତା ଜେନାଙ୍କ ସମେତ ୧୨ଟି ୱାର୍ଡର ବହୁ ସଂଖ୍ୟାରେ ଜନସାଧାରଣ ଉପସ୍ଥିତ ଥିଲେ।

ରାସ୍ତା ନିର୍ମାଣ ହେବାଫଳରେ ବର୍ଷାଦିନେ ଯାତାୟାତ ସମ୍ପର୍କିତ ଭୟ ଓ ଆଶଙ୍କା ଦୂର ହୋଇଥିବାରୁ ଗ୍ରାମବାସୀଙ୍କ ମୁହଁରେ ହସ ଫୁଟିଛି ଏବଂ ଏହି ବିକାଶମୂଳକ କାର୍ଯ୍ୟ ପାଇଁ ସମସ୍ତେ ସରପଞ୍ଚଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?