ଜେଇଇ ମେନ୍‌ରେ ଆକାଶ ବାଇଜୁସ୍‌ର ସଫଳତା

ଭୁବନେଶ୍ୱର,୧।୫: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କୋଚିଂ ସେଣ୍ଟର ଆକାଶ ବାଇଜୁସ୍‌ର ଓଡ଼ିଶା ଶାଖା କ୍ରମାଗତ ୪ର୍ଥ ବର୍ଷ ପାଇଁ ଜେଇଇ ମେନ୍‌ ଫଳାଫଳରେ ରାଜ୍ୟ ଟପ୍ପର ସହ ଉଲ୍ଲେଖନୀୟ ସଫଳତା ମଧ୍ୟ ହାସଲ କରିଆସିଛି। ଏପରିକି ଚଳିତ ଥରର ଜେଇଇ ମେନ୍‌ ଫଳାଫଳରେ ମଧ୍ୟ ଆକାଶ ବାଇଜୁସ୍‌ର ଓଡ଼ିଶା ଶାଖାରୁ ମୋଟ ୩୪ ଜଣ ଛାତ୍ରୀଛାତ୍ର ୯୯ ପର୍ସେଣ୍ଟାଇଲରୁ ଅଧିକ ନମ୍ବର ରଖି କୃତକାର୍ଯ୍ୟ ହୋଇଛନ୍ତି। ଉଲ୍ଲେଖଯୋଗ୍ୟ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍‌-୨୦୨୩ର ୨ୟ ପର୍ଯ୍ୟାୟ ଫଳାଫଳ ନିକଟରେ ପ୍ରକାଶିତ ହୋଇଯାଇଛି। ଉକ୍ତ ଫଳାଫଳ ଅନୁସାରେ ଆକାଶ ବାଇଜୁସ୍‌ର ଭୁବନେଶ୍ୱର ସେଣ୍ଟରର ଛାତ୍ରୀ ପ୍ରିୟଙ୍କା ସର ୯୯.୯୮ ପର୍ସେଣ୍ଟାଇଲ ସହ ରାଜ୍ୟ ଟପ୍ପର ହୋଇଛନ୍ତି। ଏପରିକି ସେ ଜେଇଇ ମେନ୍‌-୨୦୨୩ ଫଳାଫଳରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କ (ଏଆଇଆର୍‌) ୨୪୩ ତମ ସ୍ଥାନରେ ରହିଛନ୍ତି। ଏହି ପରିପ୍ରେକ୍ଷୀରେ ରବିବାର ଆକାଶ ବାଇଜୁସ୍‌ର ଭୁବନେଶ୍ୱର ଶାଖା ପକ୍ଷରୁ ଏକ ସ୍ବତନ୍ତ୍ର ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା। ଉକ୍ତ ଉତ୍ସବରେ ଭୁବନେଶ୍ୱର ସେଣ୍ଟରର ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।
ଏ ସମ୍ପର୍କରେ ଆକାଶ ବାଇଜୁସ୍‌ର ରିଜିଓନାଲ ଡାଇରେକ୍ଟର (ପୂର୍ବ) ଅଜୟ ବାହାଦୁର ସିଂ କହିଛନ୍ତି, ଚଳିତ ବର୍ଷର ଜେଇଇ ମେନ୍‌ ଫଳାଫଳକୁ ନେଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଓଡ଼ିଶା ଟପ୍ପର ତଥା ଆକାଶ ବାଇଜୁସ୍‌ର ଓଡ଼ିଶା ଶାଖାର ଭୁବନେଶ୍ୱର ସେଣ୍ଟରର ଛାତ୍ରୀ ପ୍ରିୟଙ୍କାଙ୍କୁ ତାଙ୍କର ଅନନ୍ୟ ସଫଳତା ନିମନ୍ତେ ମଧ୍ୟ ଅଭିନନ୍ଦନ ଜଣାଉଛୁ। ସେହିଭଳି ଆମେ ତାଙ୍କର ଭବିଷ୍ୟତର ସମସ୍ତ ପ୍ରୟାସରେ ମଧ୍ୟ ସର୍ବକୁଶଳ କାମନା କରୁଛୁ ବୋଲି ସିଂ ମତପ୍ରକାଶ କରିଥିଲେ।
ସୂଚନାଯୋଗ୍ୟ ୨୦୧୯ରେ ପ୍ରିୟଙ୍କା ଆକାଶ ବାଇଜୁସ୍‌ର କ୍ଲାସରୁମ୍‌ ପ୍ରୋଗ୍ରାମରେ ଯୋଗ ଦେଇଥିଲେ। ଏପରିକି ସେ ଆକାଶର ବିଭିନ୍ନ ଚିନ୍ତାଧାରାକୁ ବୁଝିବା ନିମନ୍ତେ ନିଜର ଉଦ୍ୟମ ଜାରି ରଖିବା ସହ ଶିକ୍ଷା ଆହରଣ ସମୟ ସୂଚୀକୁ କଡ଼ାକଡ଼ି ଭାବେ ଅନୁପାଳନ କରି ଜେଇଇ ମେନ୍‌-୨୦୨୩ରେ ଶୀର୍ଷ ପର୍ସେଣ୍ଟାଇଲ ହାସଲ କରି ଏଲିଟ ତାଲିକାରେ ନିଜକୁ ସ୍ଥାନିତ କରିଛନ୍ତି। ବିଶେଷକରି ଜେଇଇ ଆଡଭାନ୍‌ସଡ କେବଳ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକନୋଲୋଜି (ଆଇଆଇଟି)ରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ଥିବାବେଳେ ଜେଇଇ ମେନ୍‌ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଏନ୍‌ଆଇଟି) ଏବଂ ଅନ୍ୟ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ନାମ ଲେଖାଇବାକୁ ସୁଯୋଗ ମିଳିଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri