ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି। ଏଥିରେ କଳାହାଣ୍ଡିର ଯୁବ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ଆକାଶ ମୁଣ୍ଡ ସ୍ବର୍ଣ୍ଣ ପଦକ ଜିତି ଜିଲା ପାଇଁ ଗୌରବ ଆଣିଛନ୍ତି। ଏହି ପ୍ରତିଯୋଗିତାକୁ ଓଡିଶା କ୍ରୀଡା ଓ ଯୁବସେବା ବିଭାଗ (ଡିଏସ୍‌ୱାଇଏସ୍‌) ପକ୍ଷରୁ ଆୟୋଜନ କରାଯାଇଥିଲା। ଏହାକୁ ଓଡିଶା କ୍ରୀଡା ଓ ଯୁବସେବା ବିଭାଗର ଯୁଗ୍ମ ସଚିବ ସୋନାଲି ଚାନ୍ଦ ଉଦ୍‌ଘାଟନ କରିଥିଲେ। ପ୍ରତିଯୋଗିତାରେ ଅତିଥି ଭାବେ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ତଥା କୋଚ୍‌ ଅମରେନ୍ଦ୍ର ବେହେରା ଓ ବିଜୁ ପଟ୍ଟନାୟକ ପୁରସ୍କାରପ୍ରାପ୍ତ ପ୍ରଶିକ୍ଷକ ଶିବ ପ୍ରସାଦ ଦାସ ପ୍ରମୁଖ ଯୋଗଦେଇ ଖେଳାଳିଙ୍କୁ ଉତ୍ସାହିତ କରିଥିଲେ। ଏହି ସଫଳତା ପାଇଁ ଜିଲାର ବିଭିନ୍ନ ମହଲରୁ ଆକାଶଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି।

 

Dharitri – Odisha’s No.1 Odia Daily