ଆଜିଠୁ ୫ ଦିନିଆ ରିମାଣ୍ଡରେ ଆକାଶ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ଶୁକ୍ରବାରଠାରୁ ପୁଣି ରିମାଣ୍ଡରେ ଆସିବେ। ତାଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ ପକ୍ଷରୁ ଏସ୍‌ଡିଜେଏମ୍‌ କୋର୍ଟରେ ଆବେଦନ କରାଯାଇଥିବାବେଳେ ଗୁରୁବାର କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଟାଟା କମ୍ପାନୀ ନିଯୁକ୍ତି ଜାଲିଆତି ଅଭିଯୋଗରେ ଜେଲ ଯାଇଥିବା ଅଭିଯୁକ୍ତ ପାଠକ ବାପପୁଅ ଗତ ୩ ତାରିଖରେ ୩ ଦିନିଆ ରିମାଣ୍ଡରେ ଆସିଥିଲେ। ଏଥିସହ କ୍ରାଇମବ୍ରାଞ୍ଚ ଆକାଶଙ୍କ ବ୍ୟକ୍ତିଗତ ସହାୟକ ଡେଭିଡ୍‌ ପିଟରଙ୍କୁ ପୁଣେରୁ ଉଠାଇ ଆଣି ଭୁବନେଶ୍ୱରରେ ଜେରା କରି ଛାଡ଼ିଥିଲା। ତାଙ୍କଠାରୁ ମିଳିଥିବା ତଥ୍ୟ ଆଧାରରେ କ୍ରାଇମବ୍ରାଞ୍ଚ ଏବେ ଆକାଶଙ୍କ ଠକେଇ ଗୁମର ଖୋଲିବାକୁ ଯୋଜନା ରଖିଛି।
ଆକାଶ ନିଜକୁ ଟାଟା ମୋଟର୍ସ ପାସେଞ୍ଜର କାର୍‌ ଡିଭିଜନର ପରିଚାଳନା ନିର୍ଦ୍ଦେଶକ ପରିଚୟ ଦେଇ ଚାକିରି ଦେବା ଆଳରେ ବହୁ ଯୁବତୀଯୁବକଙ୍କୁ ଠକେଇ କରିଥିଲେ। ନିଜ ପରିଚୟର ଜାଲ୍‌ କାଗଜପତ୍ର ସହ ଜାଲ୍‌ ନିଯୁକ୍ତିପତ୍ର ଓ ଟାଟା କମ୍ପାନୀର ଏମ୍‌ଡି ଆଇକାର୍ଡ ହାତେଇବା ଘଟଣାର ଖୋଳତାଡ଼ ହେବ। ଅନ୍ୟପକ୍ଷରେ ଆକାଶଙ୍କ ଭାବି ଶ୍ୱଶୁର ତଥା ବିଜେଡିରୁ ବହିଷ୍କୃତ ଗୋପଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଆକାଉଣ୍ଟରୁ ଟଙ୍କା ଟ୍ରାନ୍ସଫର ନେଇ ପଚରାଉଚରା କରାଯିବ ବୋଲି ସୂଚନା ମିଳିଛି।
ପ୍ରକାଶ ଥାଉକି, ପାଠକ ବାପପୁଅ ଆସନ୍ତା ୯ ପର୍ଯ୍ୟନ୍ତ ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ଅଛନ୍ତି। ସ୍ପେଶାଲ (ଭିଜିଲାନ୍ସ) କୋର୍ଟ ଭୁବନେଶ୍ୱର ସେମାନଙ୍କୁ ୧୪ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଥିଲେ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ନଭେମ୍ବର ୨୭ରେ ଭିଜିଲାନ୍ସ ସେମାନଙ୍କୁ ଗିରଫ କରିଥିଲା। ଭିଜିଲାନ୍ସ ଏସ୍‌ଆଇଟି ଟିମ୍‌, କ୍ରାଇମବ୍ରାଞ୍ଚ, ଇଡି ଓ କମିଶନରେଟ ପୋଲିସ ପକ୍ଷରୁ ମିଳିତ ଭାବେ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri