Posted inଖେଳ

କ୍ରମାଗତ ୮ ଛକା ମାରି ୧୧ବଲ୍‌ରେ କଲେ ଅର୍ଦ୍ଧଶତକ: ଜାଣନ୍ତୁ କିଏ ସେ ବ୍ୟାଟର

ସୁରଟ,୯ା୧୧: ମେଘାଳୟର ଆକାଶ କୁମାର ଚୌଧାରୀ କ୍ରମାଗତ ୮ ଛକା ମାରି ପ୍ରଥମ ଶ୍ରେଣୀ କ୍ରିକେଟରେ ଏକ ନୂଆ ରେକର୍ଡ କରିଥିବା ବେଳେ ମାତ୍ର ୧୧ ବଲ୍‌ରେ ଦ୍ରୁତ ଅର୍ଦ୍ଧଶତକ ହାସଲ କରି ଏହି ଫର୍ମାଟରେ ଅନ୍ୟ ଏକ ନୂଆ ରେକର୍ଡର ଅଧିକାରୀ ହୋଇପାରିଛନ୍ତି।

ଏଠାରେ ଅରୁଣାଚଳ ପ୍ରଦେଶ ବିପକ୍ଷରେ ଏକ ରଣଜୀ ଟ୍ରଫି ପ୍ଲେଟ୍‌ ଗ୍ରୁପ୍‌ ମ୍ୟାଚରେ ସେ ଏହି କୀର୍ତ୍ତିମାନ ଅର୍ଜନ କରିଛନ୍ତି। ସ୍ଥାନୀୟ ସି.କେ. ପିଠାଓ୍ବାଲା ଗ୍ରାଉଣ୍ଡଠାରେ ମ୍ୟାଚର ଦ୍ୱିତୀୟ ଦିବସରେ ୮ନମ୍ବର ସ୍ଥାନରେ ବ୍ୟାଟିଂ କରିବାକୁ ଆସିଥିବା ୨୫ବର୍ଷୀୟ ଚୌଧାରୀ ଏହି ଚମକପ୍ରଦ ସଫଳତା ହାସଲ କରିଛନ୍ତି।

ସେ ୧୪ବଲ୍‌ରେ ୫୦ ରନ କରି ଅପରାଜିତ ରହିଥିଲେ। ତାଙ୍କର ଏହି ଅର୍ଦ୍ଧଶତକ ସହାୟତାରେ ମେଘାଳୟ ଏହାର ପ୍ରଥମ ଇନିଂସ ୬୨୮/୬ରେ ଘୋଷଣା କରିଥିଲା। ଚୌଧାରୀ ପ୍ରଥମ ଶ୍ରେଣୀରେ ଦ୍ରୁତତମ ଅର୍ଦ୍ଧଶତକ ହାସଲରେ ରହିଥିବା ପୁରୁଣା ରେକର୍ଡକୁ ଭଙ୍ଗ କରିଦେଇଛନ୍ତି।

ପୂର୍ବରୁ ଏହି ରେକର୍ଡ ଲିସେଷ୍ଟରଶାୟାର ଓ୍ବେନ୍‌ ହ୍ବାଇଟ୍‌ଙ୍କ ନାମରେ ରହିଥିଲା। ସେ ୨୦୧୨ରେ ଏସେକ୍ସ ବିପକ୍ଷ ମ୍ୟାଚରେ ମାତ୍ର ୧୨ଟି ବଲ୍‌ରେ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ଆହୁରି ମଧ୍ୟ ପ୍ରଥମ ଶ୍ରେଣୀ କ୍ରିକେଟର କ୍ରମାଗତ ୬ ଛକା ଲଗାଇବାରେ ତୃତୀୟ ଖେଳାଳି। ଅନ୍ୟ ଦୁଇ ଜଣ ହେଲେ କିମ୍ବଦନ୍ତୀ ସାର୍‌ ଗାର୍‌ଫିଲ୍ଡ ସୋବର୍ସ ଏବଂ ଭାରତର ରବି ଶାସ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?