ଯେ କୌଣସି ସ୍ଥିତିରେ ଶତ୍ରୁକୁ ବିନାଶ କରିବ ‘ଆକାଶ ପ୍ରାଇମ୍‌’

ବାଲେଶ୍ୱର,୨୭।୯: ଡିଆର୍‌ଡିଓ ଦ୍ୱାରା ପରିଚାଳିତ ଚାନ୍ଦିପୁରସ୍ଥିତ ଆଇଟିଆର୍‌ କ୍ଷେପଣାସ୍ତ୍ର ଘାଟିରୁ ସୋମବାର ‘ଆକାଶ ପ୍ରାଇମ’ର ସଫଳ ପରୀକ୍ଷଣ ହୋଇଛି। ଆକାଶ ସିଷ୍ଟମର ଏହା ଏକ ଅପଡେଟ୍‌ ଭର୍ସନ। ଅପରାହ୍ନ ୪ଟା ୩୦ରେ ଏହାର ପରୀକ୍ଷା କରାଯାଇଥିଲା। ଆକାଶରେ ଉଡୁଥିବା ମାନବ ବିହୀନ ବିମାନକୁ ଖୋଜି ଧ୍ୱଂଶ କରିବାରେ ଏହାର ସଠିକ କ୍ଷମତା ରହିଛି।

ଆକାଶ ସିଷ୍ଟମ ତୁଳନାରେ ଏଥିରେ ସ୍ବଦେଶୀ ସକ୍ରିୟ ରେଡିଓ ଫ୍ରିକ୍ୟୁଏନ୍ସି ରହିଛି। ଯାହା ଫଳରେ ବୃଦ୍ଧି ପାଇଛି ଏହାର ସଠିକ୍‌ ଲକ୍ଷ୍ୟଭେଦ କ୍ଷମତା। କମ୍‌ ତାପାମାତ୍ର ଓ ଅଧିକ ଉଚ୍ଚରେ ଥିବା ଶତ୍ରୁକୁ ଏହା ଧ୍ୱଂଶ କରିପାରିବ ବୋଲି ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ କୁହାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆକାଶ ପ୍ରାଇମ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ପାଇଁ ଡିଆର୍‌ଡିଓ, ସ୍ଥଳ ସେନା, ବାୟୁ ସେନା, ଡିପିଏସ୍‌ୟୁକୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ସଫଳତା ଦେଶର ପ୍ରତିରକ୍ଷା କ୍ଷେତ୍ରକୁ ଆହୁରି ମଜଭୁତ କରିବ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି।…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

କୋରାପୁଟ,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri