ଜେଲ ଫେରିଲେ ଆକାଶ, ପ୍ରଦୀପଙ୍କୁ ମାରାଥନ ଜେରା

ଭୁବନେଶ୍ୱର,୧୭।୧୨ (ବ୍ୟୁରୋ):ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କ ୫ ଦିନିଆ ରିମାଣ୍ଡ ଅବଧି ମଙ୍ଗଳବାର ଶେଷ ହୋଇଛି। ବୁଧବାର କ୍ରାଇମବ୍ରାଞ୍ଚ ତାଙ୍କୁ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିବା ପରେ ଝାରପଡାସ୍ଥିତ ସ୍ବତନ୍ତ୍ର ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଟାଟା ମୋଟର୍ସ ନାଁରେ ନିଯୁକ୍ତି ଜାଲିଆତି ଓ ଠକେଇ ମାମଲାରେ ସେ ଜେଲ ଯାଇଥିବାବେଳେ ରିମାଣ୍ଡ ସମୟରେ ଏ ସଂକ୍ରାନ୍ତରେ କ୍ରାଇମବ୍ରାଞ୍ଚ ଅଧିକାରୀମାନେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇଥିବା ଜଣାପଡିଛି। ଅନ୍ୟପକ୍ଷରେ ଏହି ମାମଲା ସହ ବେଆଇନ ଅର୍ଥ କାରବାର ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ମଙ୍ଗଳବାରଠାରୁ ୨ଦିନିଆ ରିମାଣ୍ଡରେ ଆଣି ଜେରା କରୁଛି। ଟାଟା କମ୍ପାନୀରେ ଚାକିରି ନାଁରେ ଠକେଇ ସହ ଅନ୍ୟ ବେଆଇନ ଅର୍ଥ କାରବାରକୁ ନେଇ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁର ଏକ ସ୍ବତନ୍ତ୍ର ଟିମ୍‌ ପ୍ରଦୀପଙ୍କୁ ଦ୍ୱିତୀୟ ଦିନରେ ମାରାଥନ ଜେରା କରିଛି। ଠକେଇର ଶିକାର ଯୁବତୀଯୁବକ ଦେଇଥିବା ବୟାନ ଆଧାରରେ ତଥ୍ୟ ହାସଲ ପାଇଁ ଉଦ୍ୟମ କରୁଛି କ୍ରାଇମବ୍ରାଞ୍ଚ। ମଙ୍ଗଳବାର ମଧ୍ୟ ଏ ସଂକ୍ରାନ୍ତରେ ପ୍ରଦୀପ ଓ ଆକାଶଙ୍କୁ ମୁହଁାମୁହିଁ ଜେରା କରାଯାଇଥିଲା। ଉଭୟଙ୍କଠାରୁ ମିଳିଥିବା ସୂଚନାକୁ ଆଧାର କରି କ୍ରାଇମବ୍ରାଞ୍ଚର ଏକ ସ୍ବତନ୍ତ୍ର ଟିମ୍‌ ବ୍ରହ୍ମପୁରରେ ତଦନ୍ତକୁ ତ୍ୱରାନ୍ବିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଇରାନର ତେଲ ଉପରେ ଟ୍ରମ୍ପଙ୍କ ନଜର!

ତେହରାନ,୭।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଚାଲିଥିବା ସଂଘର୍ଷର ପରିଣାମ ସ୍ବରୂପ, ଆମେରିକା ଇରାନର ତୈଳ ସମ୍ପଦ ଉପରେ ନିୟନ୍ତ୍ରଣ ନେଇପାରେ। ସେ ଏହାକୁ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ, କହିଲା ପରାଜୟ ଭୟରେ ଡରିଗଲେଣି ଟ୍ରମ୍ପ

ତେହରାନ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ତୀବ୍ରତର ହେଉଛି। ସୋମବାର (ଏପ୍ରିଲ ୬) ରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ ଧମକ ଦେଇ କହିଛନ୍ତି ଯେ…

କୋଲକାତାକୁ ନେଇ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଧମକ ପରେ ତାତିଲେ ଅଭିଷେକ ବାନାର୍ଜୀ, କହିଲେ…

କୋଲକାତା,୭।୪: ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏମପି ଅଭିଷେକ ବାନାର୍ଜୀ ସୋମବାର (୬ ଏପ୍ରିଲ, ୨୦୨୬) ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଦ୍ୱାରା ଦିଆଯାଇଥିବା କୋଲକାତା ଆକ୍ରମଣ…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri