ଭୁବନେଶ୍ୱର,୫।୧୨(ବ୍ୟୁରୋ): ଭିଜିଲାନ୍ସର ମାରାଥନ ଜେରାବେଳେ ସତ ମାନିଛନ୍ତି ନିଲମ୍ବିତ ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ। ଷ୍ଟାଟସ୍ ଦେଖାଇବାକୁ ସେ ଟାଟା ମୋର୍ଟସର ପାସେଞ୍ଜର ଡିଭିଜନର ପରିଚାଳନା ନିର୍ଦ୍ଦେଶକ ଥିବା ନେଇ ଜାଲ୍ କାଗଜପତ୍ର ପ୍ରସ୍ତୁତ କରିଥିଲେ। ଏହା ମାଧ୍ୟମରେ ଚାକିରି ଦେବାକୁ କହି ଅନ୍ୟମାନଙ୍କଠାରୁ ଟଙ୍କା ଆଦାୟ କରୁଥିଲେ ବୋଲି ଶୁକ୍ରବାର ଆକାଶ ଭିଜିଲାନ୍ସ ଅଧିକାରୀଙ୍କ ଆଗରେ ସ୍ବୀକାର କରିଛନ୍ତି। ଆକାଶଙ୍କ ଏପରି ବୟାନ ପରେ ତାଙ୍କ ଭାବି ଶ୍ୱଶୁର ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ମନ୍ତବ୍ୟକୁ ନେଇ ପ୍ରଶ୍ନ ଉଠିଛି। ଠକେଇ, ଜାଲିଆତି, ଆପରାଧିକ ଷଡ଼ଯନ୍ତ୍ର ଓ ସାଇବର ଅପରାଧରେ ଗିରଫ ହୋଇଥିବା ବିଧାୟକ ପାଣିଗ୍ରାହୀ ଏହା ପୂର୍ବରୁ ଭାବି ଜ୍ୱାଇଁ ଆକାଶ ଟାଟା ମୋର୍ଟସରେ ଚାକିରି କରିଥିବାନେଇ କହିଥିଲେ। କେବଳ ବ୍ରହ୍ମପୁର ଗୋପାଳପୁରର ୬୦ରୁ ଅଧିକ ବିସ୍ଥାପିତଙ୍କୁ ଟାଟା କମ୍ପାନୀରେ ଚାକିରି ଲୋଭ ଦେଖାଇ ସେମାନଙ୍କଠାରୁ ମୋଟା ଅଙ୍କର ଟଙ୍କା ନେଇଥିଲେ ଆକାଶ। ଆଉ ଏଥିରେ ବିଧାୟକ ପାଣିଗ୍ରାହୀ ସହଯୋଗ କରିଥିବାନେଇ ଅଭିଯୋଗ ରହିଥିବାରୁ ଏବେ ଏହାର ଲିଙ୍କ୍ ପାଇଛି ଭିଜିଲାନ୍ସ। ବର୍ତ୍ତମାନ ସୁଦ୍ଧା ଆକାଶଙ୍କ ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟରୁ ୧୬ କୋଟି ୫ ଲକ୍ଷ ଟଙ୍କା ଠାବ ହୋଇଛି। ତେବେ ଆକାଶଙ୍କ ଆକାଉଣ୍ଟକୁ ଏତେ ଟଙ୍କା କେଉଁଠୁ ଆସୁଥିଲା ତା’ର ତଦନ୍ତ ଦାୟିତ୍ୱ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନେଇଥିବାବେଳେ ଠକେଇକୁ ନେଇ ପ୍ରମାଣ ଧୀରେ ଧୀରେ ଦୃଢ଼ୀଭୂତ କରୁଛି ଭିଜିଲାନ୍ସ।
ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍ରେ ଗଣଧାରଣା
କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍ଏଚ୍-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…
ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି
ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…
ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ
କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…
ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ
ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…
ନୂଆଁଖାଇ ଲଗ୍ନ ଧାର୍ଯ୍ୟ
ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…
୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି
ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…
ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି
ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…
୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ
କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…
Archives

