ଆକାଶଦୀପ ଵାଣ ଖସିପଡି ଗୋପଵନ୍ଧୁ ଙ୍କ ଷଠିଘରେ ଅଗ୍ନିକାଣ୍ଡ

ସାକ୍ଷୀଗୋପାଳ, ୨୪।୧୦ (ଡି. ଏନ୍. ଏ)ପୁରୀଜିଲ୍ଲା ସତ୍ୟଵାଦୀ ବ୍ଲକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଷଠିଘରେ ଦୀପାବଳୀ ସନ୍ଧ୍ୟାରେ ଆକଷ୍ମିକ ଅଗ୍ନିକାଣ୍ଡ ଘଟିଛି। ଦୀପାବଳିରେ ଅବସରରେ ଏହି ଅଘଟଣ କୁ ନେଇ ଗ୍ରାମବାସୀ ମାନେ ଦୁଃଖ ପ୍ରକାଶ କରିଛନ୍ତି । ଘରର ଗୋଟିଏ ବଖରା ଅଗ୍ନିକାଣ୍ଡରେ ଜଳିଯାଇଥିବା ବେଳେ, ଅନ୍ୟ ବଖରା ଗୁଡ଼ିକୁ ମଧ୍ୟ ନିଆଁ ବ୍ୟାପିଥିବା ଜଣାପଡ଼ିଛି । ନିଆଁ ଯୋଗୁଁ ଘରର ଚାଳଛପର କୁହୁଳିବା ଦେଖି ଗ୍ରାମବାସୀ ମାନେ ନିଆଁ ଲିଭାଇଵାରେ ଲାଗିଥିଲେ। ଖଵରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଥିଲେ। ନିଆଁ ବ୍ୟପିଯିବା ଭୟରେ ପଡୋଶୀ ପଡୋଶୀ ଙ୍କ ଚାଳ ଛପର ନଡା କାଢି ଦିଆଯାଇଥିଲା। ଦୀପାବଳି ସନ୍ଧ୍ୟାରେ କିଛି ଦୂରରେ ଉଡୁଥିବା ଗୋଟିଏ ଆକାଶଦୀପ ବାଣ ଚାଳ ଉପରେ ଖସିପଡି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।

ସତ୍ୟଵାଦୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁନିଲ କୁମାର ପଣ୍ଡା ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହା ଏକ ଦୁର୍ଘଟଣା ବୋଲି ସେ କହିଛନ୍ତି। ଏବେ ଐତିହ୍ୟ ଗ୍ରାମରେ ଗୋପଵନ୍ଧୁ ଙ୍କ ଷଠିଘର ବିପଦ ମୁକ୍ତ। ତେବେ ଏହାର ସଂରକ୍ଷଣ କାମ କରୁଥିବା ଓବିସିସି ଅଧିକାରୀ ମାନେ ପହଞ୍ଚିବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି ଅଧକ୍ଷ ଶ୍ରୀ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri