ଆବର୍ଜନାମୁକ୍ତ ହେବ ଆଖଣ୍ଡଳମଣି ପୀଠ

ଆରଡ଼ି, ୧୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠ ସ୍ବଚ୍ଛ ତଥା ଆବର୍ଜନାମୁକ୍ତ ହେବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି। ଶ୍ରାବଣ ମାସର ପ୍ରଥମ ସୋମବାର କାଉଡ଼ିଆମାନଙ୍କ ଆଗମନ ପୂର୍ବରୁ ଶନିବାର ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ପୀଠରେ ପହଞ୍ଚି ସଫେଇ କାର୍ଯ୍ୟ ଉପରେ ଗୁରୁତ୍ୱ ଦେଇଥିଲେ। ବାବାମଣି ଡିଗ୍ରୀ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାର ଛାତ୍ରୀଛାତ୍ର, ଆଖଣ୍ଡଳମଣି ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର, ସେବାୟତଙ୍କ ସମେତ ସ୍ଥାନୀୟ ଅଞ୍ଚଳର ଯୁବକମାନେ ପୀଠରେ ସଫେଇ କରିଥିଲେ। ଏ ସମ୍ପର୍କରେ ଏକ ସଚେତନତା ରାଲି ମଧ୍ୟ ଛାତ୍ରୀଛାତ୍ରଙ୍କ ଦ୍ୱାରା ଆୟୋଜନ କରାଯାଇଥିଲା।
ଜିଲାପାଳଙ୍କ ଅଧ୍ୟକ୍ଷତାରେ ନୂତନ ଅତିଥି ଭବନରେ ଏକ ସ୍ବଚ୍ଛତା ସଭା ଅନୁଷ୍ଠିତ ହୋଇଥିଲା। ଉପଜିଲାପାଳ ତଥା ମନ୍ଦିର ମ୍ୟାନେଜିଂ ଟ୍ରଷ୍ଟି ମନୋଜ କୁମାର ପାତ୍ର, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ଚାନ୍ଦବାଲି ବିଡିଓ ଜ୍ୟୋତି ବିକାଶ ଦାଶ, ତହସିଲଦାର ସୁଶାନ୍ତ ସୁତାର, ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇ, ଜିଲାର ସମସ୍ତ ବିଭାଗ ଅଧିକାରୀ ସଭାରେ ଯୋଗ ଦେଇଥିଲେ। ଆଖଣ୍ଡଳମଣି ପୀଠକୁ ଆବର୍ଜନାମୁକ୍ତ କରିବା ସହ ପରିଷ୍କାର ପରିଚ୍ଛନ୍ନ ରଖିବାକୁ ଜିଲାପାଳ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ। ଭାଟିଆପଦାଠାରେ ସଂଖ୍ୟାଧିକ ଶୌଚାଳୟ ନିର୍ମାଣ, ପ୍ରତି ବ୍ୟବସାୟ ପ୍ରତିଷ୍ଠାନ ସମ୍ମୁଖରେ ଡଷ୍ଟବିନ ରଖିବା, ବ୍ୟବସାୟୀମାନେ ସଦାସର୍ବଦା ଡଷ୍ଟବିନ ବ୍ୟବହାର କରିବା, ପୀଠରେ ଆଲୋକୀକରଣ ବ୍ୟବସ୍ଥା ଆଦି ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଏସବୁ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି। ସ୍ବଚ୍ଛତା ଅଭିଯାନରେ ଆରଡ଼ି ସରପଞ୍ଚ ଶ୍ରଦ୍ଧାଞ୍ଜଳି ପାଢ଼ୀ, ଜିଲା ପରିଷଦ ସଭ୍ୟ ପ୍ରିନ୍ସ ରାକେଶ ନାୟକ, ଆଶିଷ ପାଢ଼ୀ, ଜୀବନାନନ୍ଦ ପାଢ଼ୀ, ଦେବଦତ୍ତ ପାଢ଼ୀ, ମାନସ ପାଢ଼ୀ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri