ଆବର୍ଜନାମୁକ୍ତ ହେବ ଆଖଣ୍ଡଳମଣି ପୀଠ

ଆରଡ଼ି, ୧୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠ ସ୍ବଚ୍ଛ ତଥା ଆବର୍ଜନାମୁକ୍ତ ହେବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି। ଶ୍ରାବଣ ମାସର ପ୍ରଥମ ସୋମବାର କାଉଡ଼ିଆମାନଙ୍କ ଆଗମନ ପୂର୍ବରୁ ଶନିବାର ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ପୀଠରେ ପହଞ୍ଚି ସଫେଇ କାର୍ଯ୍ୟ ଉପରେ ଗୁରୁତ୍ୱ ଦେଇଥିଲେ। ବାବାମଣି ଡିଗ୍ରୀ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାର ଛାତ୍ରୀଛାତ୍ର, ଆଖଣ୍ଡଳମଣି ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର, ସେବାୟତଙ୍କ ସମେତ ସ୍ଥାନୀୟ ଅଞ୍ଚଳର ଯୁବକମାନେ ପୀଠରେ ସଫେଇ କରିଥିଲେ। ଏ ସମ୍ପର୍କରେ ଏକ ସଚେତନତା ରାଲି ମଧ୍ୟ ଛାତ୍ରୀଛାତ୍ରଙ୍କ ଦ୍ୱାରା ଆୟୋଜନ କରାଯାଇଥିଲା।
ଜିଲାପାଳଙ୍କ ଅଧ୍ୟକ୍ଷତାରେ ନୂତନ ଅତିଥି ଭବନରେ ଏକ ସ୍ବଚ୍ଛତା ସଭା ଅନୁଷ୍ଠିତ ହୋଇଥିଲା। ଉପଜିଲାପାଳ ତଥା ମନ୍ଦିର ମ୍ୟାନେଜିଂ ଟ୍ରଷ୍ଟି ମନୋଜ କୁମାର ପାତ୍ର, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ଚାନ୍ଦବାଲି ବିଡିଓ ଜ୍ୟୋତି ବିକାଶ ଦାଶ, ତହସିଲଦାର ସୁଶାନ୍ତ ସୁତାର, ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇ, ଜିଲାର ସମସ୍ତ ବିଭାଗ ଅଧିକାରୀ ସଭାରେ ଯୋଗ ଦେଇଥିଲେ। ଆଖଣ୍ଡଳମଣି ପୀଠକୁ ଆବର୍ଜନାମୁକ୍ତ କରିବା ସହ ପରିଷ୍କାର ପରିଚ୍ଛନ୍ନ ରଖିବାକୁ ଜିଲାପାଳ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ। ଭାଟିଆପଦାଠାରେ ସଂଖ୍ୟାଧିକ ଶୌଚାଳୟ ନିର୍ମାଣ, ପ୍ରତି ବ୍ୟବସାୟ ପ୍ରତିଷ୍ଠାନ ସମ୍ମୁଖରେ ଡଷ୍ଟବିନ ରଖିବା, ବ୍ୟବସାୟୀମାନେ ସଦାସର୍ବଦା ଡଷ୍ଟବିନ ବ୍ୟବହାର କରିବା, ପୀଠରେ ଆଲୋକୀକରଣ ବ୍ୟବସ୍ଥା ଆଦି ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଏସବୁ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି। ସ୍ବଚ୍ଛତା ଅଭିଯାନରେ ଆରଡ଼ି ସରପଞ୍ଚ ଶ୍ରଦ୍ଧାଞ୍ଜଳି ପାଢ଼ୀ, ଜିଲା ପରିଷଦ ସଭ୍ୟ ପ୍ରିନ୍ସ ରାକେଶ ନାୟକ, ଆଶିଷ ପାଢ଼ୀ, ଜୀବନାନନ୍ଦ ପାଢ଼ୀ, ଦେବଦତ୍ତ ପାଢ଼ୀ, ମାନସ ପାଢ଼ୀ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri