ପଞ୍ଚକ ପାଇଁ ଆଖଣ୍ଡଳମଣି ପୀଠ ଚଳଚଞ୍ଚଳ, ଆଜିଠାରୁ ପଞ୍ଚାନନ ବେଶରେ ଭକ୍ତଙ୍କୁ ଦେଉଛନ୍ତି ଦର୍ଶନ…

ଭଦ୍ରକ,୧୧ା୧୧(ସନାତନ ରାଉତ): ପବିତ୍ର ତଥା ଧର୍ମର ମାସ କାର୍ତ୍ତିକମାସର ସୋମବାର ଓ ପଞ୍ଚୁକ ବ୍ରତ ପାଇଁ ସୋମବାର ଭୋର୍‌ ସମୟରୁ ଆରଡ଼ିପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିଛି। ଆଜିଠାରୁ ବାବା ୫ ଦିନ ପର୍ଯ୍ୟନ୍ତ ପଞ୍ଚାନନ ବେଶରେ ଦର୍ଶନ ଦେଉଥିବାରୁ ହବିଷ୍ୟାଳିଙ୍କ ସହ ଶ୍ରଦ୍ଧାଳୁମାନଙ୍କର ଭିଡ଼ ବଢ଼ିବାରେ ଲାଗିଛି। ରାହାସ ପୂର୍ଣ୍ଣିମାଦିନ ବାବା ଦୁର୍ଲଭ ହରଗୌରୀ ବେଶରେ ସଜ୍ଜିତ ହେବେ। ଏଥିପାଇଁ ମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଚାଲିଛି। ଭୋର୍‌ ୪ ଟାରେ ଦ୍ବାର ଫିଟା ନୀତି ସହ ମଙ୍ଗଳ ଆଳତି, ଘର୍ଷଣ ଲାଗି ଜଳାଭିଷେକ ନୀତି ସମ୍ପନ୍ନ ହେବା ପରେ ନବବସ୍ତ୍ର ଓ ଫୁଲ ଚନ୍ଦନ ଲାଗି କରାଯାଇ ଦିଗମ୍ବର ବେଶରେ ପଞ୍ଚୁକ ଭୋଗ ଲାଗି କରାଯାଇଥିଲା। ଅନ୍ୟପଟେ ମନ୍ଦିରରେ ପ୍ରଚଳିତ ବିରଜା ପଞ୍ଜିକା ଅନୁଯାୟୀ ଶନିବାରଠାରୁ ପବିତ୍ର ଅଳାଁନବମୀ ଅବସରରେ ଭାଗବତ ସପ୍ତାହ ନୀତି ଆରମ୍ଭ
ହୋଇଛି। ଏହି ଅବସରରେ ୭ ଦିନ ଧରି ଭୋର୍‌ ୫ଟାରୁ ରାତି ୧୦ଟା ଯାଏ ଭକ୍ତମାନଙ୍କ ପାଇଁ ସାହଣମେଲା କରାଯିବା ସହ ପୂଜାର୍ଚ୍ଚନା କରାଯାଉଛି। ମଧ୍ୟାହ୍ନରେ ବାବାଙ୍କୁ ପଞ୍ଚାନନ ବେଶରେ ସଜ୍ଜିତ କରାଯାଇ ବଡ଼ ଅନ୍ନ ନୀତି ଭୋଗ ଲାଗି କରାଯିବ।

ସେହିପରି ଅପରାହ୍ନରେ ବଡ଼ସିଂହାର ବେଶ ସହ ସନ୍ଧ୍ୟାରେ ଷୋଡ଼ଶ ଉପଚାର ନୀତି କରାଯିବ। ପରେ ମନ୍ଦିର ପ୍ରାଙ୍ଗଣରେ ଭାଗବତ ସପ୍ତାହ ନିମନ୍ତେ ଘଟ ଉତ୍ତୋଳନ, ଦ୍ବାରପାଳ ପୂଜା, ପଞ୍ଚଉପଚାର ସହ ଭାଗବତ ପଠନ ଓ ଯଜ୍ଞ ଅନୁଷ୍ଠିତ ହେବ। ଏଥିପାଇଁ ମନ୍ଦିର ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା, ଶିନ୍ଦେ ସେନା ଛକାପଞ୍ଝା

ମୁମ୍ବାଇ,୨୨ା୧: ଏସିଆର ସବୁଠୁ ଧନୀ ମହାନଗର ନିଗମ ବିଏମ୍‌ସି ନିର୍ବାଚନ ଜାନୁଆରୀ ୧୫ରେ ଅନୁଷ୍ଠିତ ହୋଇଥିଲା। ୨୨୭ ଆସନ ବିଶିଷ୍ଟ ବିଏମ୍‌ସି ଦଖଲ ପାଇଁ ମ୍ୟାଜିକ୍‌...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri