ପଞ୍ଚକ ପାଇଁ ଆଖଣ୍ଡଳମଣି ପୀଠ ଚଳଚଞ୍ଚଳ, ଆଜିଠାରୁ ପଞ୍ଚାନନ ବେଶରେ ଭକ୍ତଙ୍କୁ ଦେଉଛନ୍ତି ଦର୍ଶନ…

ଭଦ୍ରକ,୧୧ା୧୧(ସନାତନ ରାଉତ): ପବିତ୍ର ତଥା ଧର୍ମର ମାସ କାର୍ତ୍ତିକମାସର ସୋମବାର ଓ ପଞ୍ଚୁକ ବ୍ରତ ପାଇଁ ସୋମବାର ଭୋର୍‌ ସମୟରୁ ଆରଡ଼ିପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିଛି। ଆଜିଠାରୁ ବାବା ୫ ଦିନ ପର୍ଯ୍ୟନ୍ତ ପଞ୍ଚାନନ ବେଶରେ ଦର୍ଶନ ଦେଉଥିବାରୁ ହବିଷ୍ୟାଳିଙ୍କ ସହ ଶ୍ରଦ୍ଧାଳୁମାନଙ୍କର ଭିଡ଼ ବଢ଼ିବାରେ ଲାଗିଛି। ରାହାସ ପୂର୍ଣ୍ଣିମାଦିନ ବାବା ଦୁର୍ଲଭ ହରଗୌରୀ ବେଶରେ ସଜ୍ଜିତ ହେବେ। ଏଥିପାଇଁ ମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଚାଲିଛି। ଭୋର୍‌ ୪ ଟାରେ ଦ୍ବାର ଫିଟା ନୀତି ସହ ମଙ୍ଗଳ ଆଳତି, ଘର୍ଷଣ ଲାଗି ଜଳାଭିଷେକ ନୀତି ସମ୍ପନ୍ନ ହେବା ପରେ ନବବସ୍ତ୍ର ଓ ଫୁଲ ଚନ୍ଦନ ଲାଗି କରାଯାଇ ଦିଗମ୍ବର ବେଶରେ ପଞ୍ଚୁକ ଭୋଗ ଲାଗି କରାଯାଇଥିଲା। ଅନ୍ୟପଟେ ମନ୍ଦିରରେ ପ୍ରଚଳିତ ବିରଜା ପଞ୍ଜିକା ଅନୁଯାୟୀ ଶନିବାରଠାରୁ ପବିତ୍ର ଅଳାଁନବମୀ ଅବସରରେ ଭାଗବତ ସପ୍ତାହ ନୀତି ଆରମ୍ଭ
ହୋଇଛି। ଏହି ଅବସରରେ ୭ ଦିନ ଧରି ଭୋର୍‌ ୫ଟାରୁ ରାତି ୧୦ଟା ଯାଏ ଭକ୍ତମାନଙ୍କ ପାଇଁ ସାହଣମେଲା କରାଯିବା ସହ ପୂଜାର୍ଚ୍ଚନା କରାଯାଉଛି। ମଧ୍ୟାହ୍ନରେ ବାବାଙ୍କୁ ପଞ୍ଚାନନ ବେଶରେ ସଜ୍ଜିତ କରାଯାଇ ବଡ଼ ଅନ୍ନ ନୀତି ଭୋଗ ଲାଗି କରାଯିବ।

ସେହିପରି ଅପରାହ୍ନରେ ବଡ଼ସିଂହାର ବେଶ ସହ ସନ୍ଧ୍ୟାରେ ଷୋଡ଼ଶ ଉପଚାର ନୀତି କରାଯିବ। ପରେ ମନ୍ଦିର ପ୍ରାଙ୍ଗଣରେ ଭାଗବତ ସପ୍ତାହ ନିମନ୍ତେ ଘଟ ଉତ୍ତୋଳନ, ଦ୍ବାରପାଳ ପୂଜା, ପଞ୍ଚଉପଚାର ସହ ଭାଗବତ ପଠନ ଓ ଯଜ୍ଞ ଅନୁଷ୍ଠିତ ହେବ। ଏଥିପାଇଁ ମନ୍ଦିର ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri