Posted inଭଦ୍ରକ

ନୂଆବର୍ଷରେ ଆଖଣ୍ଡଳମଣି ପୀଠ ଖାଁ ଖାଁ

ଆରଡ଼ି, ୨।୧ (ଡି.ଏନ.ଏ.) ଭଦ୍ରକ ଜିଲା ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠ ଶନିବାର ଖଁା ଖଁା ଲାଗିଥିଲା। ମନ୍ଦିର ବାହାରେ ଜିଲା ପ୍ରଶାସନ ପକ୍ଷରୁ ୩ଦିନ ପାଇଁ ୧୪୪ ଧାରା ଲାଗୁ କରାଯାଇଛି। ପୀଠକୁ ଅଳ୍ପ କେତେଜଣ ଶ୍ରଦ୍ଧାଳୁ ଆସିଥିଲେ। ସେମାନେ ଦିଅଁ ଦର୍ଶନ କରି ନ ପାରିବାରୁ ଦୁଃଖ ପ୍ରକାଶ କରିଥିଲେ। ମନ୍ଦିର ପ୍ରବେଶ ଓ ପ୍ରସ୍ଥାନ ଦ୍ୱାରରେ ତାଲା ଝୁଲୁଥିଲା। କେବଳ ସେବାୟତମାନେ କୋଭିଡ୍‌ ନିୟମ ମାନି ଦୈନନ୍ଦିନ ନୀତିକାନ୍ତି ସମାପନ କରିଥିଲେ। ସକାଳ ୫ଟାରେ ମନ୍ଦିର ପହଡ଼ ଖୋଲାଯାଇ ମଙ୍ଗଳ ଆଳତି କରାଯାଇଥିଲା। ପରେ ନୂଆବର୍ଷ ପାଇଁ ସେବାୟତଙ୍କ ପକ୍ଷରୁ କୋଭିଡ୍‌ ଦୂର ପାଇଁ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଥିଲା। ସକାଳ ଧୂପ, ପହଡ଼କିଆ ନୀତି ଓ ମଧ୍ୟାହ୍ନରେ ବଡ଼ଭୋଗ ପ୍ରଭୁଙ୍କୁ ଅର୍ପଣ କରାଯାଇ ଅପରାହ୍ନରେ ବାବା ଆଖଣ୍ଡଳମଣିଙ୍କୁ ପ୍ରଥମେ ଯୋଗୀବେଶ ଓ ପରେ ବଡ଼ସିଂହାର ବେଶରେ ସଜ୍ଜିତ କରାଯାଇଥିଲା। ଆରଡ଼ି ଫାଣ୍ଡି ପୋଲିସ ପୀଠରେ ଉପସ୍ଥିତ ରହି ଭିଡ଼ ନ ହେବା ପାଇଁ ଧ୍ୟାନ ଦେଇଥିଲେ। ସୋମବାର ସକାଳ ୬ଟାରେ ମନ୍ଦିର ଖୋଲିବ ଓ ଭକ୍ତମାନେ ଦିଅଁ ଦର୍ଶନ କରିପାରିବେ ବୋଲି ଉପଜିଲାପାଳ ତଥା ମ୍ୟାନେଜିଂ ଟ୍ରଷ୍ଟି ମନୋଜ କୁମାର ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri