ଆଖଣ୍ଡଳମଣି ପୀଠ ଚଳଚଞ୍ଚଳ: ଲମ୍ବା ଧାଡ଼ିରେ ଭକ୍ତ

ଆରଡ଼ି,୧।୩,(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ମହାଶିବରାତ୍ରି ଅବସରରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି। ଆରଡି, ସୁନ୍ଦରପୁର, ନାନ୍ଦପୁର, ଓଳଗ ଆଦି ୪ ପଞ୍ଚାୟତର ଅଧିବାସୀ ଲମ୍ବା ଲାଇନରେ ଆସି ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିଥିଲେ । ଭୋର୍‌ ୪ ଟାରେ ମଙ୍ଗଳ ଆଳତି, ସାଢେ ୪ଟାରେ କନିକା ରାଜାଙ୍କ ପହିଲି ଘର୍ଷଣ ଭୋଗ ଲାଗି ପରେ ୫ଟାରେ ସାହାଣମେଲା କରାଯାଇ ଭକ୍ତଙ୍କୁ ଦର୍ଶନ କରିବାର ସୁଯୋଗ ଦିଆଯାଇଥିଲା । ପରେପରେ ଅନ୍ୟାନ୍ୟ ନୀତିକାନ୍ତି ଯଥାରୀତି ସମ୍ପନ୍ନ କରାଯାଇଥିଲା । ଭକ୍ତମାନଙ୍କ ହରିବୋଲ, ହୁଳାହୁଳି ଓଁ ଓଁ ନମୋଶିବାୟ ଧ୍ବନିରେ ପୀଠ ପ୍ରକମ୍ପିତ ହୋଇଥିଲା । ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇ, ସହ ପରିଚାଳକ ସୁଧାକର ବିଶ୍ବାଳ, ଜିଲା ସୂଚନା ଅଧିକାରୀ ରମେଶ ଚନ୍ଦ୍ର ନାୟକ ପୀଠରେ ଉପସ୍ଥିତ ରହିଛନ୍ତି । ଧୂଷୁରୀ ଥାନା ସବ୍‌ ଇନିସପେକ୍ଟର ମହାପ୍ରସାଦ ନାୟକ, ଆରଡି ଫାଣ୍ଡି ଅଧିକାରୀ ବୈଦ୍ୟନାଥ ସୋରେନ ପୀଠରେ ଉପସ୍ଥିତ ରହି ଭିଡ ନିୟନ୍ତ୍ରଣ କରିଥିଲେ । ମଠଡିହ ଠାରୁ ପୋଲିସ ଆଧାରକାର୍ଡ ଦେଖି ଭକ୍ତମାନଙ୍କୁ ପୀଠକୁ ଛାଡିଥିଲେ । ବାହାରୁ ଆସିଥିବା ବହୁଭକ୍ତ ପୀଠକୁ ଆସି ନ ପାରି ନିରାଶ ହୋଇ ଫେରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri