ଆଖଣ୍ଡଳମଣି ପୀଠ ଚଳଚଞ୍ଚଳ: ଆଜି ମଙ୍ଗନ, କାଲି ବାହାଘର

ଭଦ୍ରକ,୧୦ା୬(ସନାତନ ରାଉତ): ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପ୍ରସିଦ୍ଧ ଶିବବିବାହ ପାଇଁ ଉତ୍ସବମୁଖର ହୋଇ ଉଠିଛି ସମଗ୍ର ପୀଠ। ମନ୍ଦିର ପରିସର ଓ ପୀଠକୁ ରଙ୍ଗିନ ଆଲୋକରେ ସୁସଜ୍ଜିତ କରାଯାଇଥିବା ବେଳେ ଫୁଲରେ ସଜ୍ଜିତ କରାଯିବ ମନ୍ଦିର ପରିସରକୁ।

ସୋମବାର ବୈଦିକ ରୀତିନୀତି ଅନୁଯାୟୀ, ବରପିତା ଓ କନ୍ୟାପିତାଙ୍କ ପକ୍ଷରୁ ଦେବଦମ୍ପତିଙ୍କର ମଙ୍ଗଳପାଗ ନୀତି ସମ୍ପନ୍ନ କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମଙ୍ଗଳବାର ବୈଦିକ ରୀତିନୀତି ଓ ଲୋକାଚାରରେ ଦେବଦମ୍ପତିଙ୍କ ବିବାହ ଅନୁଷ୍ଠିତ ହେବ। ଲୌକିକ ରୀତିନୀତି ଅନୁଯାୟୀ, ଦେବଦମ୍ପତିଙ୍କ ମଙ୍ଗଳପାଗ କର୍ମ ସମ୍ପନ୍ନ କରାଯାଇଛି। ଏଥିପାଇଁ ଭୋର୍‌ ୪ଟାରେ ଦ୍ବାରଫିଟା ନୀତି ପରେ ମଣିବାବାଙ୍କର ମଙ୍ଗଳ ଆଳତି, ଘର୍ଷଣଲାଗି, ଜଳାଭିଷେକ ନୀତି ସମ୍ପନ୍ନ ହେବ। ପରେ ବରପିତା ଓ କନ୍ୟାପିତାଙ୍କ ପକ୍ଷରୁ ଏକ ସୁସଜ୍ଜିତ ବିମାନରେ ମନ୍ଦିରରୁ ବାବାଙ୍କ ଚଳନ୍ତି ପ୍ରତିମା ହର, ମାତାପାର୍ବତୀଙ୍କ ଚଳନ୍ତି ପ୍ରତିମା ଗୌରୀଙ୍କୁ ନିଜ ଘରକୁ ନେଇ ଲୋକାଚାରରେ ମଙ୍ଗଳପାଗ ନୀତି ସମ୍ପନ୍ନ କରିବେ। ଏହି ବିବାହ ଉତ୍ସବରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପାରମ୍ପରିକ ବାଦ୍ୟ ଓ ନୃତ୍ୟ କଳାକାର ସୋମବାର ଆରଡ଼ିପୀଠରେ ପହଞ୍ଚିବେ। ମଙ୍ଗଳବାର ସକାଳ ୧୦ଟାରେ ବରଧରା ଗମନ ସହ ସନ୍ଧ୍ୟାରେ ୭ଟାରେ ବରାନୁଗମନ ଶୋଭାଯାତ୍ରା ଅନୁଷ୍ଠିତ ହେବ। ତାହାସହ ଅପରାହ୍ନ ୪ ଟାରେ ମଣିବାବାଙ୍କୁ ରାଜରାଜେଶ୍ବର ବେଶ ଓ ମାତା ପାର୍ବତୀଙ୍କର ରାଜରାଜେଶ୍ବରୀ ବେଶ ଅନୁଷ୍ଠିତ ହେବ। ପରେ ଦିଅ ମଙ୍ଗୁଳା ନୀତି ଅନୁଷ୍ଠିତ ହେବ। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri