ଖୋଲିଲା ଆଖଣ୍ଡଳମଣି ମନ୍ଦିର

ଆରଡି,୨।୨(ଡି.ଏନ.ଏ.) କୋଭିଡ୍‌ କଟକଣା ଯୋଗୁ ବନ୍ଦ ଥିବା ଭଦ୍ରକ ଜିଲା ଆରଡ଼ିସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ମଙ୍ଗଳବାର ଖୋଲିଛି। ଭୋର ୫ଟାରେ ମଙ୍ଗଳ ଆଳତି ପରେ ବାବାଙ୍କୁ ଦିଗମ୍ବର ବେଶରେ ସଜ୍ଜିତ କରାଯାଇଥିଲା। ସକାଳ ୬ଟାରେ ସର୍ବସାଧାରଣ ଦର୍ଶନ ନିମନ୍ତେ ମନ୍ଦିର ଖୋଲା ଯାଇଥିଲା। ଭକ୍ତମାନେ ଶୃଙ୍ଖଳାର ସହିତ ପ୍ରଭୁଙ୍କୁ ଦର୍ଶନ କରିଥିଲେ। ତେବେ ସୋମବାର ରାତିରେ ମନ୍ଦିର ଖୋଲାଯିବା ସମ୍ପର୍କରେ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିବାରୁ ଖବର ପାଇ ନ ପାରି କମ୍‌ ସଂଖ୍ୟକ ଭକ୍ତ ବାବାଙ୍କ ଦର୍ଶନ କରିଥିଲେ। ମାସ୍କ ପିନ୍ଧି ମନ୍ଦିରରେ ପ୍ରବେଶ କରିବାକୁ ମନ୍ଦିର କର୍ମଚାରୀମାନେ ଆଗନ୍ତୁକ ଶ୍ରଦ୍ଧାଳୁମାନଙ୍କୁ ପରାମର୍ଶ ଦେଉଥିବା ଦେଖିବାକୁ ମିଳିଥିଲା। ଅପରାହ୍ଣରେ ବାବାଙ୍କୁ ଯୋଗୀବେଶ ଓ ସନ୍ଧ୍ୟାରେ ବଡସିଂହାର ବେଶରେ ସଜ୍ଜିତ କରାଯାଇଥିଲା। ପ୍ରାୟ ୧ ମାସ ପାଖାପାଖି ମନ୍ଦିର ବନ୍ଦଥିବାରୁ ଏହି ବେଶ ଦର୍ଶନ କରିବାରୁ ଭକ୍ତମାନେ ବଞ୍ଚିତ ହୋଇଥିଲେ। ପୁଣି ଥରେ ମନ୍ଦିର ଖୋଲିଥିବାରୁ ଭଦ୍ରକ ଉପଜିଲାପାଳ ମନୋଜ କୁମାର ପାତ୍ର, ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇ ସ୍ଥାନୀୟ ଅଧିବାସୀ,ସେବାୟତ ତଥା ଶ୍ରଦ୍ଧାଳୁମାନଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏଥିସହିତ କୋଭିଡ୍‌ ନିୟମ ପାଳନ କରି ପୀଠରେ ସମସ୍ତ କାର୍ଯ୍ୟ ପରିଚାଳନା କରିବାକୁ ଏହି ଅଧିକାରୀ ଦ୍ୱୟ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri