ଗଞ୍ଜାମ ପାଇଁ ଗୌରବ ଆଣିଲେ ଅଖିଳ, ସାମ୍ବାଦିକତା ଓ ଗଣଯୋଗାଯୋଗରେ ମିଳିଲା ସ୍ବର୍ଣ୍ଣପଦକ

ଗଞ୍ଜାମ,୨୯ା୩(ଡି.ଏନ୍‌.ଏ.): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗରେ ଅଖିଳ ତରାଇ ସ୍ବର୍ଣ୍ଣପଦକ ହାସଲ କରି ଗଞ୍ଜାମ ସହର ପାଇଁ ଗୌରବ ଆଣିଛନ୍ତି।
ଏନେଇ ବ୍ରହ୍ମପୁର ବିଶବିଦ୍ୟାଳୟର ୨୪ତମ ସମାବର୍ତ୍ତନ ଉତ୍ସବରେ ତାଙ୍କୁ ସ୍ବର୍ଣ୍ଣପଦକ ପ୍ରଦାନ କରାଯାଇ ସମ୍ମାନିତ କରାଯାଇଛି।


ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବାସିନ୍ଦା ଗୁରୁଚରଣ ତରାଇ ଓ ବାସନ୍ତୀ ତରାଇଙ୍କ ସାନପୁଅ ଅଖିଳ।
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ୨୦୨୦-୨୦୨୨ ଶିକ୍ଷାବର୍ଷ ପାଇଁ ସାମ୍ବାଦିକତା ଓ ଗଣଯୋଗାଯୋଗ ସ୍ନାତକୋତ୍ତର ଶୀର୍ଷସ୍ଥାନ(ଟପ୍ପର) ହାସଲ କରିଛନ୍ତି। ଏନେଇ ବୁଧବାର ୨୪ତମ ସମାବର୍ତ୍ତନ ଉତ୍ସବରେ କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଯୋଗଦେଇ ସ୍ବର୍ଣ୍ଣପଦକ ପ୍ରଦାନ କରିଥିଲେ। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ କୁଳପତି ଡ. ଗୀତାଞ୍ଜଳି ଦାସ,କୁଳସଚିବ ସଚିଦାନନ୍ଦ ନାୟକ, ପିଜି କାଉନସିଲର ଅଧ୍ୟକ୍ଷ ପ୍ରତାପ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଏହି ସଫଳତା ପାଇଁ ଅଖିଳଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ଛୁଟିଛି। ଅଖିଳ ଏହି ସଫଳତା ପାଇଁ ଆବଶ୍ୟକ ପରିଶ୍ରମ ସହ ଭଗବାନଙ୍କ ଆଶୀର୍ବାଦ ଏବଂ ବିଭାଗ ମୁଖ୍ୟ ପ୍ରଫେସର ଡ଼.ଗଣେଶ ସେଠୀଙ୍କ ସହ ଅନ୍ୟ ଅଧ୍ୟାପକମାନଙ୍କୁ ଶ୍ରେୟ ଦେଇଛନ୍ତି। ଭବିଷ୍ୟତରେ ଜଣେ ନିର୍ଭୀକ ଓ ନିଷ୍ଠାପର ସାମ୍ବାଦିକ ହୋଇ ଲୋକଙ୍କ ପାଇଁ ସ୍ବର ହେବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri