ଗଞ୍ଜାମ ପାଇଁ ଗୌରବ ଆଣିଲେ ଅଖିଳ, ସାମ୍ବାଦିକତା ଓ ଗଣଯୋଗାଯୋଗରେ ମିଳିଲା ସ୍ବର୍ଣ୍ଣପଦକ

ଗଞ୍ଜାମ,୨୯ା୩(ଡି.ଏନ୍‌.ଏ.): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗରେ ଅଖିଳ ତରାଇ ସ୍ବର୍ଣ୍ଣପଦକ ହାସଲ କରି ଗଞ୍ଜାମ ସହର ପାଇଁ ଗୌରବ ଆଣିଛନ୍ତି।
ଏନେଇ ବ୍ରହ୍ମପୁର ବିଶବିଦ୍ୟାଳୟର ୨୪ତମ ସମାବର୍ତ୍ତନ ଉତ୍ସବରେ ତାଙ୍କୁ ସ୍ବର୍ଣ୍ଣପଦକ ପ୍ରଦାନ କରାଯାଇ ସମ୍ମାନିତ କରାଯାଇଛି।


ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବାସିନ୍ଦା ଗୁରୁଚରଣ ତରାଇ ଓ ବାସନ୍ତୀ ତରାଇଙ୍କ ସାନପୁଅ ଅଖିଳ।
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ୨୦୨୦-୨୦୨୨ ଶିକ୍ଷାବର୍ଷ ପାଇଁ ସାମ୍ବାଦିକତା ଓ ଗଣଯୋଗାଯୋଗ ସ୍ନାତକୋତ୍ତର ଶୀର୍ଷସ୍ଥାନ(ଟପ୍ପର) ହାସଲ କରିଛନ୍ତି। ଏନେଇ ବୁଧବାର ୨୪ତମ ସମାବର୍ତ୍ତନ ଉତ୍ସବରେ କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଯୋଗଦେଇ ସ୍ବର୍ଣ୍ଣପଦକ ପ୍ରଦାନ କରିଥିଲେ। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ କୁଳପତି ଡ. ଗୀତାଞ୍ଜଳି ଦାସ,କୁଳସଚିବ ସଚିଦାନନ୍ଦ ନାୟକ, ପିଜି କାଉନସିଲର ଅଧ୍ୟକ୍ଷ ପ୍ରତାପ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଏହି ସଫଳତା ପାଇଁ ଅଖିଳଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ଛୁଟିଛି। ଅଖିଳ ଏହି ସଫଳତା ପାଇଁ ଆବଶ୍ୟକ ପରିଶ୍ରମ ସହ ଭଗବାନଙ୍କ ଆଶୀର୍ବାଦ ଏବଂ ବିଭାଗ ମୁଖ୍ୟ ପ୍ରଫେସର ଡ଼.ଗଣେଶ ସେଠୀଙ୍କ ସହ ଅନ୍ୟ ଅଧ୍ୟାପକମାନଙ୍କୁ ଶ୍ରେୟ ଦେଇଛନ୍ତି। ଭବିଷ୍ୟତରେ ଜଣେ ନିର୍ଭୀକ ଓ ନିଷ୍ଠାପର ସାମ୍ବାଦିକ ହୋଇ ଲୋକଙ୍କ ପାଇଁ ସ୍ବର ହେବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri