Posted inଜାତୀୟ

ଅଖିଳେଶ ଆଣିଲେ ସମାଜବାଦୀ ପରଫ୍ୟୁମ୍‌…

ନୂଆଦିଲ୍ଲୀ,୯।୧୧: ଉତ୍ତରପ୍ରଦେଶରେ ଆସନ୍ତା ୨୦୨୨ ବର୍ଷରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ସମାଜବଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ସମାଜବାଦୀ ପରଫ୍ୟୁମ୍‌ର ଶୁଭାରମ୍ଭ କରିଛନ୍ତି। ଉତ୍ତରପ୍ରଦେଶ ନିର୍ବାଚନ ଏବେ ମହକିବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି। ଦେଶର ୨୨ଟି ରାଜ୍ୟରୁ ସଂଗୃହିତ ପ୍ରାକୃତିକ ସୁଗନ୍ଧିତ ଅତରରୁ ଏହି ସୁଗନ୍ଧିତ ପରଫ୍ୟୁମ୍‌ ପ୍ରସ୍ତୁତ ହୋଇଛି। ଏହି ୨୨ ରାଜ୍ୟର ଅତର ଆସନ୍ତା ବର୍ଷର ବିଧାନସଭା ନିର୍ବାଚନକୁ ସୂଚିତ କରୁଥିବା ସେ କହିଛନ୍ତି। ଏବେ ରାଜ୍ୟରୁ ଦୁର୍ନୀତି ଦୁର୍ଗନ୍ଧ ହଟି ସାମାଜିକ ନ୍ୟାୟର ସୁଗନ୍ଧ ଫେରିବ ବୋଲି ଅଖିଳେଶ କହିଛନ୍ତି।

ଭାଜପା ସରକାରଙ୍କୁ ଟାର୍ଗେଟ କରି ଅଖିଳେଶ କହିଛନ୍ତି, ଜନସାଧାରଣଙ୍କୁ ହଇରାଣ କରିବା ପାଇଁ ବିମୁଦ୍ରୀକରଣ କରାଯାଇଥିଲା। ରାଜ୍ୟରେ ଭାଜପା ଶାସନରେ ଦୁର୍ନୀତି ସବୁ ସୀମା ଅତିକ୍ରମ କରିଛି।

ଅଖିଳେଶ ଯାଦବ ଅଭିଯୋଗ କରିଛନ୍ତି ଯେ ଟ୍ରିପଲ ଇଞ୍ଜିନ ସରକାର ଆଇନ ଶୃଙ୍ଖଳାକୁ ନଷ୍ଟ କରୁଛନ୍ତି। ସମସ୍ତ ଅନୁଷ୍ଠାନକୁ ଭାଙ୍ଗିବା ପାଇଁ ବିଜେପି କାର୍ଯ୍ୟ କରୁଛି, ତେଣୁ ୨୦୨୨ରେ ପରିବର୍ତ୍ତନ ଘଟିବ। ଯଦି ଉତ୍ତରପ୍ରଦେଶକୁ ଧ୍ୱଂସ କରିବାର କାର୍ଯ୍ୟ କେହି କରିଛନ୍ତି, ତେବେ ଭାଜପା କରିଥିବା ସେ କହିଛନ୍ତି।

ଏହାପୂର୍ବରୁ ଅଖିଳେଶ ଯାଦବ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନକରିବାକୁ ପରାମର୍ଶ ଦେଇଥିଲେ। ଅଖିଳେଶ କହିଛନ୍ତି, ମୁଖ୍ୟମନ୍ତ୍ରୀ ପ୍ରତିଦ୍ୱନ୍ଦ୍ୱିତା କରିବା ଉଚିତ୍‌ ନୁହେଁ। କାରଣ ସେ ଖୁବ୍‌ ଶୀଘ୍ର କ୍ଷମତାରୁ ଯାଉଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ମୋ ଦଳ ମୁଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବି କି ନାହିଁ ତାହାର ନିଷ୍ପତ୍ତି ନେବ।

ଉପ ନିର୍ବାଚନରେ ଶୋଚନୀୟ ପରାଜୟ ହେବା ପରେ ଭାଜପା ସରକାର ପେଟ୍ରୋଲ ଡିଜେଳ ଦାମ୍‌ କମାଇଛନ୍ତି। ଏହା ଆଗରୁ କାହିଁକି ହୋଇପାରୁ ନ ଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଭାଜପା ନିଜର ଭାବମୂର୍ତ୍ତି ବଞ୍ଚାଇବା ଲାଗି ଏଭଳି କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?