Posted inଜାତୀୟ

ବିକାଶ ଦୁବେ ଏନ୍‌କାଉଣ୍ଟରରେ ପ୍ରତିକ୍ରିୟା ରଖିଲେ ଅଖିଳେଶ

ଲକ୍ଷ୍ନୌ,୧୦।୭: ଉତ୍ତରପ୍ରଦେଶ କାନପୁର ବିକରୁ ଗାଁରେ ୮ଜଣ ପୋଲିସକର୍ମଚାରୀଙ୍କ ହତ୍ୟା ପଛରେ ଥିବା ମାଷ୍ଟର ମାଇଣ୍ଡ ବିକାଶ ଦୁବେଙ୍କୁ ଗିରଫ କରାଯିବାର ଗୋଟିଏ ଦିନ ପରେ ଏନ୍‌କାଉକାଣ୍ଟର କରାଯାଇଛି। ଶୁକ୍ରବାର ମୋଷ୍ଟ ଓ୍ବାଣ୍ଟେଡ ବିକାଶ ଦୁବେଙ୍କୁ ନାଟକୀୟ ଭାବେ ଉତ୍ତରପ୍ରଦେଶ ଏସ୍‌ଟିଏଫ୍‌ ପୋଲିସ ଏନ୍‌କାଉଣ୍ଟର କରିଛି। ଏବେ ଏହି ଏନ୍‌କାଉଣ୍ଟରକୁ ନେଇ ଉତ୍ତରପ୍ରଦେଶ ପୋଲିସର କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଥିସହ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ଇତିମଧ୍ୟରେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଏହାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଗୁରୁବାର ପୋଲିସ ନିକଟରେ ବିକାଶ ଆତ୍ମସମର୍ପଣ କରିଥିବା ବେଳେ ସେ କାହିଁକି ଖସିପଳାଇବାକୁ ଉଦ୍ୟମ କରିବ ବୋଲି ଅଖିଳେଶ ପ୍ରଶ୍ନ କରିଛନ୍ତି। ଏଥିସହ ସେ କହିଛନ୍ତି, ଯେହେତୁ ଶାସନରେ ଥିବା ସରକାରଙ୍କ ବହୁ ନେତାଙ୍କ ସହ ବିକାଶର ସମ୍ପର୍କ ରହିଥିଲା। କାଳେ ଧରାପଡ଼ିବା ଭୟରେ ଏହି ଏନ୍‌କାଉଣ୍ଟର କରାଯାଇଛି ବୋଲି ସେ ଅଭିଯୋଗ କରିଛନ୍ତି। ତେଣୁ କାର ଓଲଟି ନାହିଁ, ସରକାରଙ୍କୁ ବଞ୍ଚାଇବା ଲାଗି ବିକାଶଙ୍କୁ ଏନକାଉଣ୍ଟର କରାଯାଇଥିବା ସେ ଅଭିଯୋଗ କରିଛନ୍ତି। କାରଣ ବିକାଶ ଜୀବିତ ଥିଲେ ସରକାର ଅଡ଼ୁଆରେ ପଡ଼ିଯାଇଥାନ୍ତେ। ତେବେ ତାଙ୍କ ମୃତ୍ୟୁ ସହ ସରକାରଙ୍କ ରହସ୍ୟ ମଧ୍ୟ ଚାଲିଗଲା ବୋଲି ଅଖିଳେଶ କହିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ବିକାଶଙ୍କୁ ପୋଲିସ ଏକ ଗାଡ଼ିରେ ନେଇ ଯାଉଥିବାବେଳେ ତାହା ଓଲଟି ପଡ଼ିଥିଲା। ଏହାର ଫାଇଦା ଉଠାଇ ବିକାଶ ପୋଲିସଠାରୁ ବନ୍ଧୁକ ଛଡ଼ାଇ କର୍ମଚାରୀଙ୍କୁ ଗୁଳି କରି ଖସି ପଳାଉଥିଲା। ସେହ ସମୟରେ ତାଙ୍କୁ ଏନକାଉଣ୍ଟର କରାଯାଇଥିଲା ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri