Posted inଜାତୀୟ

ଧାରଣାରେ ବସିଲେ ଅଖିଳେଶ…

ଲକ୍ଷ୍ନୌ, ୧୯।୯ : ଏସପି ଅଧ୍ୟକ୍ଷ ଅଖିଳେଶ ଯାଦବ ପାର୍ଟି ବିଧାୟକ ଏବଂ କର୍ମକର୍ତ୍ତାଙ୍କ ସହ ଦଳୀୟ କାର୍ଯ୍ୟାଳୟରୁ ବିଧାନ ଭବନ ଅଭିମୁଖେ ପଦଯାତ୍ରା ଆରମ୍ଭ କରିଛନ୍ତି। ପଦଯାତ୍ରା ସମୟରେ ରୁଟ ପରିବର୍ତ୍ତନକୁ ନେଇ ଦଳୀୟକର୍ମୀମାନେ ଅସନ୍ତୋଷ ବ୍ୟକ୍ତ କରିବା ସହିତ ପୂର୍ବ ନିର୍ଦ୍ଧାରିତ ମାର୍ଗରେ ଯିବାକୁ ଅଡ଼ି ବସିଥିଲେ।

ଅଖିଳେଶ ଯାଦବ କହିଛନ୍ତି ଯଦି ଏହାକୁ ବନ୍ଦ କରିବାକୁ ଥିଲା ତେବେ ଗତକାଲି କାହିଁକି ଅନୁମତି ଦିଆଗଲା? ପ୍ରଶାସନ କହିଛି ଯେ ଜିପିଓ ବଦଳରେ ଭିଭିଆଇପି ଗେଷ୍ଟ ହାଉସ ଏବଂ ଆନେକ୍ସ ଦେଇ ବିଧାନସଭାକୁ ଯିବା ଉଚିତ। ଏହା ଉପରେ ଅଖିଳେଶ ଯାଦବ ଏବଂ ଏସପି ବିଧାୟକ ଧାରଣାରେ ବସିଥିଲେ। ବିଧାୟକ ଓ କର୍ମୀମାନେ ସ୍ଲୋଗାନ ଦେବା ସହିତ ହାତରେ ପ୍ଲାକାର୍ଡ ଧରିଛନ୍ତି।

ମୁଦ୍ରାସ୍ଫୀତି ବୃଦ୍ଧି, କୃଷକଙ୍କ ସମସ୍ୟା ତଥା ଆଇନ ଶୃଙ୍ଖଳା ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ବିରୋଧରେ ଏସପି ଏହି ପଦଯାତ୍ରା ଆୟୋଜନ କରିଛି।

ପଦଯାତ୍ରାକୁ ଦୃଷ୍ଟିରେ ରଖି ବିକ୍ରମାଦିତ୍ୟ ମାର୍ଗକୁ ପୋଲିସ ଛାଉଣୀରେ ପରିଣତ କରାଯାଇଛି। ଭିଭିଆଇପି ଛକରୁ ଏସପି କାର୍ଯ୍ୟାଳୟ ପର୍ଯ୍ୟନ୍ତ ବ୍ୟାରିକେଡ କରି ବହୁ ସଂଖ୍ୟକ ଫୋର୍ସ ମୁତୟନ କରାଯାଇଛି। ଏହି ମାର୍ଗରେ ସାଧାରଣ ଜନତାଙ୍କ ଗତିବିଧି ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri