Posted inଜାତୀୟ

ୟୁପିରେ ମେଣ୍ଟ ଉପରେ ବଡ଼ ଘୋଷଣା କଲେ ଅଖିଳେଶ, ସ୍ପଷ୍ଟ ହୋଇଗଲା ଚିତ୍ର

ଲକ୍ଷ୍ନୌ,୧୦।୧୦: ସମାଜବାଦୀ ପାର୍ଟି ମଙ୍ଗଳବାର ଉପ-ନିର୍ବାଚନ ପାଇଁ ନିଜର ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିବା ପରେ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। କଂଗ୍ରେସ କହିଛି ଯେ ଏ ପର୍ଯ୍ୟନ୍ତ ଗଠବନ୍ଧନରେ ଆସନ ଭାଗବଣ୍ଟାକୁ ନେଇ କୌଣସି ଆଲୋଚନା ହୋଇନାହିଁ। କଂଗ୍ରେସର ଏହି ବିବୃତ୍ତି ରାଜନୀତିକୁ ଏକ ନୂଆ ରଙ୍ଗ ଦେଇଛି, ଯାହା ପରେ ସବୁ ପ୍ରକାର କଳ୍ପନାଜଳ୍ପନା ଆରମ୍ଭ ହୋଇ ଯାଇଥିଲା।

ତେବେ ଗତ ୨୪ ଘଣ୍ଟା ଧରି ଲାଗି ରହିଥିବା ସସପେନ୍ସକୁ ନେଇ ଏବେ ଏସପି ମୁଖ୍ୟ ଅଖିଳେଶ ଯାଦବ ମୁହଁ ଖୋଲିଛନ୍ତି। ଯେତେବେଳେ ଅଖିଳେଶ ଯାଦବଙ୍କୁ ହରିୟାଣାରେ କଂଗ୍ରେସର ପରାଜୟ ବିଷୟରେ ପଚରାଗଲା, ସେତେବେଳେ ସେ ଏକ ସ୍ପଷ୍ଟ ସ୍ବରରେ କହିଛନ୍ତି ଯେ ସେ ଆଜି ଏହି ବିଷୟରେ କିଛି କହିବେ ନାହିଁ। ଆଜି ଏହି ବିଷୟରେ କହିବା ପାଇଁ ଉପଯୁକ୍ତ ଦିନ ନୁହେଁ।

ଅନ୍ୟପଟେ, ଏସପି ମୁଖ୍ୟଙ୍କୁ ଉପ-ନିର୍ବାଚନ ବିଷୟରେ ଖୋଲାଖୋଲି ଉତ୍ତର ଦେଇଛନ୍ତି। କଂଗ୍ରେସ ସହିତ ଆସନ ଭାଗବଣ୍ଟା ଏବଂ ଏହାର ପ୍ରାର୍ଥୀଙ୍କ ଘୋଷଣା ଉପରେ ସେ କହିଛନ୍ତି ଯେ ଆଜିର ଦିନରେ ବହୁତ କିଛି କହି ହେବ ନାହିଁ କିନ୍ତୁ ହଁ, ୟୁପିରେ କଂଗ୍ରେସ ସହିତ ମେଣ୍ଟ ରହିବ। ଅଖିଳେଶ ଯାଦବଙ୍କ ଏହି ବିବୃତ୍ତି ସହିତ ଅନେକ ସସପେନ୍ସ ଶେଷ ହୋଇଛି କିନ୍ତୁ ଆସନ ଉପରେ ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri