ନୂଆପଡ଼ାରେ ‘ଡବଲ ଇଞ୍ଜିନ ସରକାର’ ଉପରେ ବର୍ଷିଲେ ଅଖିଳେଶ ଯାଦବ

ନୂଆପଡ଼ା,୯।୧୧: ଓଡ଼ିଶାର ନୂଆପଡ଼ା ଉପନିର୍ବାଚନ ପାଇଁ ସମାଜବାଦୀ ପାର୍ଟିର (ସପା) ସଭାପତି ତଥା ବରିଷ୍ଠ ନେତା ଅଖିଳେଶ ସିଂ ଯାଦବ ରବିବାର ଅପରାହ୍ଣରେ ଦଳୀୟ ପ୍ରାର୍ଥୀ ରମାକାନ୍ତ ହାତୀଙ୍କ ପାଇଁ ଜନସଭାରେ ପ୍ରଚାର କରିଛନ୍ତି। ସ୍ଥାନୀୟ ପୋଲିସ ପଡ଼ିଆରେ ‘ଜୟ ଜଗନ୍ନାଥ’ ଉଚ୍ଚାରଣ କରି ସେ ନିଜର ଉଦ୍‌ବୋଧନ ଆରମ୍ଭ କରିଥିଲେ।

ଅଖିଳେଶ ଯାଦବ କହିଛନ୍ତି ଯେ ଓଡ଼ିଶାର ରାଜନୈତିକ ଇତିହାସ ସମାଜବାଦୀ ଚିନ୍ତାରେ ବିକଶିତ ହୋଇଛି। କିନ୍ତୁ ଯେଉଁମାନେ ଭାରତୀୟ ଜନତା ପାର୍ଟି (ଭାଜପା)ର ନିକଟତର ହୋଇଛନ୍ତି, ସେମାନେ ବିପର୍ଯ୍ୟୟର ଶିକାର ହୋଇଛନ୍ତି। ସେ କହିଛନ୍ତି, “ପୂର୍ବରୁ ଏଠାରେ ସରକାର ଚୋରି ହୋଇଛି ଏବଂ ଏବେ ପ୍ରାର୍ଥୀ ଚୋରି ହୋଇଛନ୍ତି।”

ଭାଜପା ନେତୃତ୍ୱାଧୀନ ‘ଡବଲ୍ ଇଞ୍ଜିନ’ ସରକାରକୁ ଟାର୍ଗେଟ୍ କରି ସେ କହିଛନ୍ତି ଯେ ନୂଆପଡ଼ାରେ ୧ କୋଟି ୨୦ ଲକ୍ଷ ଟଙ୍କାର ବେଆଇନ ମଦ ଓ ଗଞ୍ଜେଇ ଜବତ ହୋଇଛି। ସେ ପ୍ରଶ୍ନ କରିଛନ୍ତି, “ଡବଲ୍ ଇଞ୍ଜିନ ସରକାର କ’ଣ କରୁଛି? ଏହାର ଅର୍ଥ କ’ଣ ଗୋଟିଏ ଇଞ୍ଜିନ ଗଞ୍ଜେଇ ଏବଂ ଅନ୍ୟ ଏକ ଇଞ୍ଜିନ ମଦ ଦାୟିତ୍ୱ ନେଇଛି?”

ସେ କହିଛନ୍ତି ଯେ ଓଡ଼ିଶା ପରମ୍ପରାର ମାଟି, ଏଠାକାର ଆଦିବାସୀ ଭାଇଭଉଣୀମାନଙ୍କୁ ସେମାନଙ୍କର ଅଧିକାର ଦିଆଯିବାର ଆବଶ୍ୟକତା ଅଛି। ସେ ଦରଦାମ୍ ବୃଦ୍ଧି ଏବଂ ତେଲ ଦର ବଢ଼ିବା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସୁଯୋଗ ଦେଲେ ସମାଜବାଦୀ ପାର୍ଟି ଝିଅମାନଙ୍କୁ ମାଗଣାରେ ପାଠ ପଢ଼ାଇବାକୁ ପ୍ରତିଶ୍ରୁତି ଦେଇଛି। ଉନ୍ନତ ସଡ଼କ ଦ୍ୱାରା ଚାଷୀମାନେ ଉପକୃତ ହୋଇପାରିବେ ବୋଲି ସେ କହିଛନ୍ତି।

ଏହି ଅବସରରେ ଅଖିଳେଶ ଯାଦବ ଘୋଷଣା କରିଛନ୍ତି ଯେ ଆଗାମୀ ଦିନରେ ସମାଜବାଦୀ ପାର୍ଟି ଓଡ଼ିଶାର ସମସ୍ତ ଲୋକସଭା ଓ ବିଧାନସଭା ଆସନରେ ନିର୍ବାଚନ ଲଢ଼ିବ ଏବଂ ଏଥିପାଇଁ ଯୁବପିଢ଼ିଙ୍କୁ ଦଳରେ ସାମିଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri