Posted inଜାତୀୟ

ପ୍ରଥମ ଥର ଯୋଗୀଙ୍କୁ ପ୍ରଶଂସା କଲେ ଅଖିଳେଶ

ଲକ୍ଷ୍ନୌ,୨୦।୫: ସମାଜବାଦିି ପାର୍ଟି(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ କମ୍ପ୍ୟୁଟର ଜ୍ଞାନକୁ ନେଇ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କୁ ଅପମାନିତ କରିଥାନ୍ତି। କିନ୍ତୁ ଶୁକ୍ରବାର ଅଖିଳେଶ ବିଧାନସଭାରେ ଆଶ୍ଚର୍ଯ୍ୟ ହୋଇ ଯୋଗୀଙ୍କୁ ପ୍ରଶଂସା କରିପକାଇଥିଲେ। କାରଣ ବିଧାନସଭାରେ ବର୍ତ୍ତମାନ ଇ-ବିଧାନର ବ୍ୟବସ୍ଥା କରାଯାଇଛି। ଯାହାକୁ ଦେଖି ଅଖିଳେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଓ ବିଧାନସଭା ବାଚସ୍ପତି ସତୀଶ ମହାନାଙ୍କୁ ପ୍ରଶଂସା କରିଥିଲେ। ପ୍ରଥମ ଥର ଅଖିଳେଶ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିଥିବା ଦେଖିବାକୁ ମିଳିଛି। ଯାହା ଏବେ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶର ବିଧାନସଭାରେ ବର୍ତ୍ତମାନ ହାଇ-ଟେକ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ସିଟ୍‌ରେ ଟ୍ୟାବ ଲଗାଯାଇଛି। ଶୁକ୍ରବାର ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ଉପସ୍ଥିତିରେ ‘ଇ-ବିଧାନସଭା’ର ଉଦ୍‌ଘାଟନ କରାଯାଇଥିଲା। ଏହି ସମୟରେ ବିରୋଧୀ ଦଳର ନେତା ଅଖିଳେଶ ଯାଦବ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସହ ମଞ୍ଚରେ ଉପସ୍ଥିତ ଥିଲେ ଏବଂ ଗୃହର ପରିବର୍ତ୍ତିତ ରୂପରେଖକୁ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ବିଧାନସଭାକୁ ଦେଖି ସେ ଅନୁଭବ କରିଥିଲେ ଯେ, ଏହା ଏକ ଆଇଟି କେନ୍ଦ୍ର। ଏଥିପାଇଁ ସେ ବିଧାନସଭା ବାଚସ୍ପତି ଏବଂ ଯୋଗୀ ସରକାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଅନ୍ୟପଟେ ନିକଟରେ ହୋଇଥିବା ବିଧାନସଭା ନିର୍ବାଚନ ସମୟରେ ଅଖିଳେଶ ଯାଦବ ପ୍ରାୟ ସମୟରେ ଯୋଗୀଙ୍କୁ ଟାର୍ଗେଟ କରି କମ୍ପ୍ୟୁଟର ଏବଂ ସ୍ମାର୍ଟଫୋନ ଚଳାଇ ଜାଣିନାହାନ୍ତି ବୋଲି ଅପମାନିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri