Posted inଜାତୀୟ

କର୍ମୀଙ୍କୁ ଅଖିଳେଶଙ୍କ ନିର୍ଦ୍ଦେଶ: ଇଭିଏମର ପିଛା କର

ଲକ୍ଷ୍ନୌ,୧୯ ।୨: ଉତ୍ତର ପ୍ରଦେଶରେ ରାଜନୀତିର ପାରା ବେଳକୁ ବେଳ ଉପରକୁ ଯିବାରେ ଲାଗିଛି । ରାଜ୍ୟର ବିଧାନସଭା ନିର୍ବାଚନ ଲାଗି ୧୧୩ ଆସନ ପାଇଁ ମତଦାନ ଶେଷ ହୋଇଥିବା ବେଳେ ଏବେ ଲକ୍ଷ୍ୟ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଉପରେ । ଏଥିପାଇଁ ଶୁକ୍ରବାର ପ୍ରଚାର ଶେଷ ହୋଇଥିବା ବେଳେ ରବିବାର ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ । ଏହାର ଠିକ୍ ପୂର୍ବରୁ ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟି ପକ୍ଷରୁ ସମସ୍ତ ଜିଲା ଓ ମହାନଗର ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି । ଏଥିରେ ଇଭିଏମର ସୁରକ୍ଷା କଥା ଉଲ୍ଲେଖ କରାଯାଇଛି । ଦଳ ପକ୍ଷରୁ କର୍ମୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି କି ଭୋଟ ଗ୍ରହଣ ଶେଷ ହେବା ପରେ ଇଭିଏମ୍‌ର ପିଛା କର । ପ୍ରାର୍ଥୀଙ୍କ ସମର୍ଥକ ଓ କର୍ମୀଙ୍କ ଏକ ଦଳ ବୁଥରୁ ଇଭିଏମ ରଖାଯାଇଥିବା ଗାଡିର ପିଛା କରି ଇଭିଏମ ପର୍ଯ୍ୟନ୍ତ ଯିବା ଦରକାର । ଏହାସହ ଜିଲା ନିର୍ବାଚନ ଅଧିକାରୀଙ୍କ ଅନୁମତି କ୍ରମେ ଗଠିତ ଦଳୀୟ କର୍ମୀଙ୍କ ଟିମ୍ ୧୦ ମାର୍ଚ୍ଚ ୨୦୨୨ ପର୍ଯ୍ୟନ୍ତ ଅର୍ଥାତ୍ ମତଗଣନା ପର୍ଯ୍ୟନ୍ତ ଷ୍ଟ୍ରଙ୍ଗ ରୁମ ଉପରେ ନଜର ରଖିବା ଜରୁରୀ ବୋଲି ଚିଠିରେ ଉଲ୍ଲେଖ କରିଛି ସମାଜବାଦୀ ପାର୍ଟି ।


Enter your email to get our daily news in your inbox.

All Right Reserved By Dharitri.Com

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ...

ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା କଂଗ୍ରେସ, ଏହି ଆସନରେ ଦେଲା ପ୍ରାର୍ଥୀ

ନୂଆଦିଲ୍ଲୀ,୨୨।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ସୋମବାର ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି)...

ତାଜମହଲକୁ ନେଇ କାହିଁକି ଏଏସ୍‌ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୨ା୪: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ପ୍ଲାନ୍‌ ଉପରେ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ୍‌ ଇଣ୍ଡିଆ...

କୋର୍ଟରୁ କେଜ୍‌ରିଓ୍ବାଲ୍‌ଙ୍କୁ ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୨୨ା୪: କୋର୍ଟରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଡାଇବେଟିସ୍‌ ସମ୍ବନ୍ଧରେ ତାଙ୍କ ବ୍ୟକ୍ତିଗତ ଡାକ୍ତରଙ୍କ ସହ ନିୟମିତ ପରାମର୍ଶ କରିବାକୁ...

ଭାଜପା ପ୍ରାର୍ଥୀ ମୁକେଶ ଦଲାଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ନୂଆଦିଲ୍ଲୀ,୨୨।୪: ସୁରଟରେ ଭାଜପା ପ୍ରାର୍ଥୀ ମୁକେଶ ଦଲାଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ରାଜ୍ୟ ଭାଜପା ସଭାପତି ସିଆର ପାଟିଲ ଏହି ସୂଚନା ଦେଇଛନ୍ତି। ସୁରଟରେ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri