Posted inଜାତୀୟ

କର୍ମୀଙ୍କୁ ଅଖିଳେଶଙ୍କ ନିର୍ଦ୍ଦେଶ: ଇଭିଏମର ପିଛା କର

ଲକ୍ଷ୍ନୌ,୧୯ ।୨: ଉତ୍ତର ପ୍ରଦେଶରେ ରାଜନୀତିର ପାରା ବେଳକୁ ବେଳ ଉପରକୁ ଯିବାରେ ଲାଗିଛି । ରାଜ୍ୟର ବିଧାନସଭା ନିର୍ବାଚନ ଲାଗି ୧୧୩ ଆସନ ପାଇଁ ମତଦାନ ଶେଷ ହୋଇଥିବା ବେଳେ ଏବେ ଲକ୍ଷ୍ୟ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଉପରେ । ଏଥିପାଇଁ ଶୁକ୍ରବାର ପ୍ରଚାର ଶେଷ ହୋଇଥିବା ବେଳେ ରବିବାର ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ । ଏହାର ଠିକ୍ ପୂର୍ବରୁ ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟି ପକ୍ଷରୁ ସମସ୍ତ ଜିଲା ଓ ମହାନଗର ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି । ଏଥିରେ ଇଭିଏମର ସୁରକ୍ଷା କଥା ଉଲ୍ଲେଖ କରାଯାଇଛି । ଦଳ ପକ୍ଷରୁ କର୍ମୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି କି ଭୋଟ ଗ୍ରହଣ ଶେଷ ହେବା ପରେ ଇଭିଏମ୍‌ର ପିଛା କର । ପ୍ରାର୍ଥୀଙ୍କ ସମର୍ଥକ ଓ କର୍ମୀଙ୍କ ଏକ ଦଳ ବୁଥରୁ ଇଭିଏମ ରଖାଯାଇଥିବା ଗାଡିର ପିଛା କରି ଇଭିଏମ ପର୍ଯ୍ୟନ୍ତ ଯିବା ଦରକାର । ଏହାସହ ଜିଲା ନିର୍ବାଚନ ଅଧିକାରୀଙ୍କ ଅନୁମତି କ୍ରମେ ଗଠିତ ଦଳୀୟ କର୍ମୀଙ୍କ ଟିମ୍ ୧୦ ମାର୍ଚ୍ଚ ୨୦୨୨ ପର୍ଯ୍ୟନ୍ତ ଅର୍ଥାତ୍ ମତଗଣନା ପର୍ଯ୍ୟନ୍ତ ଷ୍ଟ୍ରଙ୍ଗ ରୁମ ଉପରେ ନଜର ରଖିବା ଜରୁରୀ ବୋଲି ଚିଠିରେ ଉଲ୍ଲେଖ କରିଛି ସମାଜବାଦୀ ପାର୍ଟି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri