Posted inଜାତୀୟ

ମଧ୍ୟପ୍ରଦେଶରେ ଶିବରାଜ ସିଂଙ୍କୁ ମୁଖ୍ୟମନ୍ତ୍ରୀ ନ କରାଯିବା ଉପରେ କହିଲେ ଅଖିଳେଶ, ଭାଜପା ଉପରେ ଲଗାଇଲେ ଗମ୍ଭୀର ଅଭିଯୋଗ

ଲକ୍ଷ୍ନୌ,୧୬।୧୨: ସମାଜବାଦୀ ପାର୍ଟି (ଏସପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଶୁକ୍ରବାର ସଂସଦର ସୁରକ୍ଷା ଉଲ୍ଲଂଘନ ଘଟଣାରେ ଶାସକ ଭାରତୀୟ ଜନତା ପାର୍ଟି ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଭାଜପା ସୁରକ୍ଷା ବାହାନାରେ ଲୋକଙ୍କୁ ଭୟଭୀତ କରାଉଛି। ଏହା ବ୍ୟତୀତ ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ ମଧ୍ୟପ୍ରଦେଶରେ ଶିବରାଜ ସିଂ ଚୌହାନଙ୍କୁ ମୁଖ୍ୟମନ୍ତ୍ରୀ ନ କରିବାକୁ ନେଇ ଭାରତୀୟ ଜନତା ପାର୍ଟି ଉପରେ ମନ୍ତବ୍ୟ ଦେଇଛନ୍ତି।

ଶୁକ୍ରବାର କନ୍ନୌଜରେ ଖବରଦାତାମାନଙ୍କ ସହ କଥାବାର୍ତ୍ତା କରୁଥିବାବେଳେ ଅଖିଳେଶ ଯାଦବ ସଂସଦ ଗୃହରେ ସୁରକ୍ଷା ଅଭାବକୁ ନେଇ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ ସୁରକ୍ଷା ନାମରେ ଭାଜପା ଲୋକଙ୍କୁ ଭୟଭୀତ କରିବାକୁ ଚାହୁଁଛି। ଯାଦବ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ସ୍ବପ୍ନ ପ୍ରୋଜେକ୍ଟରେ ଖରାପ ସୁରକ୍ଷା ବ୍ୟବସ୍ଥା ଏକ ଷଡଯନ୍ତ୍ର, ସରକାର ଏହି ବାହାନାରେ ଲୋକଙ୍କୁ ଭୟଭୀତ କରିବାକୁ ପ୍ରସ୍ତୁତ ହେଉଛନ୍ତି।

ବିରୋଧୀ ଦଳର ଇଣ୍ଡିଆ ମେଣ୍ଟ ଉପରେ ପୂର୍ବତନ ମୁଖ୍ୟମନ୍ତ୍ରୀ କହିଛନ୍ତି , ବିଧାନସଭା ନିର୍ବାଚନର ଫଳାଫଳ ସହ ମିଳିତ ମଞ୍ଚ ଅଧିକ ଶକ୍ତିଶାଳୀ ହୋଇଛି ଏବଂ ମୁଁ ଆସନ୍ତା ଲୋକ ସଭା ନିର୍ବାଚନରେ ଭାଜପା ବିରୋଧରେ ଏକଜୁଟ ହେବାକୁ ସମସ୍ତ ଦଳଙ୍କୁ କହିବି। ରାଜ୍ୟର ସମସ୍ତ ୮୦ଟି ଆସନରେ ଭାଜପାକୁ ପରାସ୍ତ କରିବାକୁ ଚେଷ୍ଟା କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri