ସ୍ୱାମୀ ପ୍ରସାଦ ମୌର୍ଯ୍ୟ-ଅଖିଳେଶଙ୍କ ଭର୍ଚୁଆଲ ରାଲିରେ ଲୋକେ ମାନିଲେନି କରୋନା ନିୟମ: ଡିଏମ୍‌ଙ୍କ ଯାଞ୍ଚ ନିର୍ଦ୍ଦେଶ

ଲକ୍ଷ୍ନୌ,୧୪ ।୧: ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନକୁ ନେଇ ଏବେ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି । କାରଣ ଗୋଟିଏପଟେ ନିର୍ବାଚନ ତାରିଖ ଘୋଷଣା ହୋଇ ସାରିଥିବା ବେଳେ ଅନ୍ୟପଟେ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)ର କେତେଜଣ ଅସନ୍ତୁଷ୍ଟ ନେତା ଦଳ ଛାଡି ସମାଜବାଦୀ ପାର୍ଟିରେ ଯୋଗ ଦେଉଛନ୍ତି । ଭାଜପାର ପୂର୍ବତନ ବରିଷ୍ଠ ନେତା ସ୍ୱାମୀ ପ୍ରସାଦ ମୌର୍ଯ୍ୟ ୩ ଦିନ ପୂର୍ବେ ଭାଜପାରୁ ଇସ୍ତଫା ଦେବା ପରେ ଶୁକ୍ରବାର ସେ ସମାଜବାଦୀ ପାର୍ଟିରେ ଯୋଗ ଦେଇଛନ୍ତି । ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବଙ୍କ ଉପସ୍ଥିତିରେ ସେ ସମାଜବାଦୀ ପାର୍ଟିରେ ଯୋଗ ଦେଇଛନ୍ତି । ତାଙ୍କସହ ଅନ୍ୟ କେତେଜଣ ଅସନ୍ତୁଷ୍ଟ ବିଧାୟକ ବି ସାଇକେଲ ଚଢିବାକୁ ମନ ବଳାଇ ଅଖିଳେଶଙ୍କ ସହ ହାତ ମିଳାଇଛନ୍ତି । ତେବେ ସ୍ୱାମୀ ପ୍ରସାଦ ମୌର୍ଯ୍ୟ ଓ ଅଖିଳେଶ ଯାଦବ ପ୍ରଥମେ ଏହାକୁ ଭୁର୍ଚଆଲ ରାଲି ବୋଲି ଘୋଷଣା କରିଥିଲେ । ପରେ କିନ୍ତୁ ଦଳୀୟ କାର୍ଯ୍ୟାଳୟ ବାହାରେ ସମର୍ଥକଙ୍କ ଭିଡ ଲାଗିଯାଇଥିଲା । ଏହା ଏତେ ପରିମାଣରେ ବଢି ଯାଇଥିଲା ଯେ ଲୋକେ କରୋନା ମହାମାରୀକୁ ଏକବାର ପାସୋରୀ ପକାଇଥିଲେ । ଏବେ ଏହାକୁ ଦେଖି ଲକ୍ଷ୍ନøର ଡିଏମ୍ ଏହାର ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି । ଶୁଣିବାକୁ ମିଳିଛି ଯେ ଅଖିଳେଶ ଭର୍ଚୁଆଲ ରାଲି କରିବେ ବୋଲି କୁହାଯାଉଥିଲା । ହେଲେ ଅସଲରେ ଲୋକେ ଦଳୀୟ ଅଫିସ ସାମ୍ନରେ ରୁଣ୍ଡ ହୋଇଯାଇଥିଲେ । ଆଉ ସମର୍ଥକଙ୍କ ଭିଡ ଏମିତି ଥିଲା ଯେ ଲୋକେ ଯେମିତି ଭାବୁଥିଲେ କରୋନା ବୋଲି କିଛି ନାହିଁ । ଏଥିପାଇଁ ଅଖିଳେଶ କୌଣସି ଅନୁମତି ନ ଆଣିଥିବାରୁ ସେ ଫସି ଯାଇପାରନ୍ତି ବୋଲି ଅନୁମାନ କରାଯାଉଛି । ଏହାକୁ ନେଇ ଡିଏମ୍ ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri