Posted inଜାତୀୟ

ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଲଢ଼ିବେ ଅଖିଳେଶ

ଲକ୍ଷ୍ନୌ,୨୩।୧: ସମାଜବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ମୈନପୁରୀ ଜିଲାର କର୍‌ହାଲ ଆସନରୁ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଲଢ଼ିବେ। ଉକ୍ତ ଆସନରୁ ଅଖିଳେଶ ପ୍ରାର୍ଥୀ ହେବା ନେଇ କିଛିଦିନ ହେଲା ଚର୍ଚ୍ଚା ହେଉଥିଲା। ରାଜ୍ୟ ସଭା ଏମ୍‌ପି ରାମଗୋପାଳ ଯାଦବ ଅଖିଳେଶ ନିର୍ବାଚନ ଲଢିବା ନେଇ ସ୍ପଷ୍ଟ କରିଛନ୍ତି। ଅଖିଳେଶ କର୍‌ହାଲ ଆସନରୁ ରେକର୍ଡ ଭୋଟରେ ବିଜୟୀ ହେବେ ବୋଲି ରାମଗୋପାଳ ପ୍ରକାଶ କରିଛନ୍ତି।

୧୯୯୩ରୁ କର୍‌ହାଲ ଆସନ ଏସ୍‌ପି ହାତରେ ରହିଛି। କେବଳ ୨୦୦୨ରେ ଏହି ଆସନ ଭାଜପା ହାତକୁ ଯାଇଥିଲା। ବର୍ତ୍ତମାନ ସୋବରନ ଯାଦବ ଉକ୍ତ ଆସନରୁ ବିଧାୟକ ଅଛନ୍ତି। ଏପରି କି ମୈନପୁରୀ ଲୋକ ସଭା ନିର୍ବାଚନମଣ୍ଡଳୀ ଅଧୀନ ୫ ବିଧାନସଭା ଆସନ ମଧ୍ୟରୁ କର୍‌ହାଲ ଅନ୍ୟତମ। ମୈନପୁରୀରୁ ଅଖିଳେଶଙ୍କ ବାପା ତଥା ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ୫ ଥର ଲୋକ ସଭାକୁ ନିର୍ବାଚିତ ହୋଇଥିଲେ।

ସୂଚନାଯୋଗ୍ୟ, ଅଖିଳେଶ ନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିଥିଲେ। ହେଲେ ଦଳ ପରବର୍ତ୍ତି ସମୟରେ ଅଖିଳେଶ ନିର୍ବାଚନ ଲଢିିବା ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ସ୍ପଷ୍ଟ କରିଥିଲା। ଅଖିଳେଶ ଦଳ ଚାହିଁଲେ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇବେ ବୋଲି କହିଥିଲେ। ଭାଜପା ଯୋଗୀ ଆଦିତ୍ୟନାଥଙ୍କୁ ଗୋରଖପୁରରୁ ପ୍ରାର୍ଥୀ କରିବା ପରେ ସମାଜବାଦୀ ପାର୍ଟି ମଧ୍ୟ ଅଖିଳେଶଙ୍କୁ କର୍‌ହାଲ ଆସନରୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri