Posted inଜାତୀୟ

ଭାଜପା ବିଧାୟକଙ୍କୁ ଟିକେଟ୍‌ ଯାଚିଲେ ଅଖିଳେଶ

ଲକ୍ଷ୍ନୌ,୧୭।୧: ଆସନ୍ତା ଫେବୃୟାରୀରେ ହେବାକୁ ଥିବା ନିର୍ବାଚନ ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ତାଙ୍କ ଘରୋଇ ଆସନ ଗୋରଖପୁର (ସହର)ରୁ ଟିକେଟ୍‌ ଦେବାକୁ ନିଷ୍ପତ୍ତି ନେଇଛି ଭାଜପା। ଏଥିଯୋଗୁ ବର୍ତ୍ତମାନ ବିଧାୟକ ରାଧା ମୋହନ ଅଗ୍ରଓ୍ବାଲଙ୍କୁ ସମାଜବାଦୀ ପାର୍ଟି (ସପା) ଟିକେଟ୍‌ ଯାଚିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ।

ଅନ୍ନ ସଙ୍କଳ୍ପ ଦିବସ ଅବସରରେ ଦଳୀୟ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପାର ଗୋରଖପୁର (ସହର) ବିଧାୟକ ଅଗ୍ରଓ୍ବାଲଙ୍କ ସମ୍ପର୍କରେ ପ୍ରଶ୍ନ କରାଯାଇଥିଲା। ସପା ମୁଖ୍ୟ ଉତ୍ତରରେ କହିଥିଲେ, ଯଦି ସେ ଇଚ୍ଛୁକ ତେବେ ତାଙ୍କୁ ସପା ତାଙ୍କୁ ଟିକେଟ୍‌ ଦେବ। ଉଲ୍ଲେଖଯୋଗ୍ୟ, ଗୋରଖପୁର ସହର ଆସନରୁ ୨୦୦୨ରୁ ଅଗ୍ରଓ୍ବାଲ ବିଧାୟକ ଅଛନ୍ତି।

“ମୋର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ କଥା ମନେ ଅଛି। ସେଠାରେ ମୁଁ ରାଧା ମୋହନ ଅଗ୍ରଓ୍ବାଲଙ୍କୁ ଭେଟିଥିଲି। ତାଙ୍କୁ ସିଟ୍‌ ନ ମିଳିବାରୁ ସେ ଛିଡ଼ା ହୋଇଥିଲେ। ଭାଜପା ସରକାରରେ ତାଙ୍କୁ ସବୁଠୁ ଅଧିକ ଅସମ୍ମାନିତ କରାଯାଇଛି। ଆମେ ସଭିଙ୍କୁ ଟିକେଟ୍‌ ଦେଇପାରିବୁ ନାହିଁ। ଭାଜପା ତା’ର ଟିକେଟ୍‌ ଦେଇପାରେ। ଆମେ କାହାକୁ ସପା ଭିତରକୁ ନେଇପାରିବୁ ନାହିଁ। କିନ୍ତୁ ଯଦି ଅଗ୍ରଓ୍ବାଲଙ୍କ କଥା ଉଠୁଛି, ତେବେ ତାଙ୍କୁ ଟିକେଟ୍‌ ଦିଆଯାଇପାରେ ” ବୋଲି ଅଖିଳେଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri