Posted inଜାତୀୟ

ଅଖିଳେଶଙ୍କ ଦୃଢ଼ୋକ୍ତି, ସାଇକେଲ ବୋହି ନେବ ୪୦୦ ଆସନ…

ଲକ୍ଷ୍ନୌ,୧୪।୧୦: ଉତ୍ତରପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ସମାଜବାଦୀ ପାର୍ଟି (ଏସ୍‌ପି) ପକ୍ଷରୁ ଅଖିଳେଶ ଯାଦବ କହିଛନ୍ତି ଯେ, ରାଜ୍ୟର ଭାଜପା ନେତୃତ୍ୱାଧୀନ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ଦୁର୍ନୀତିରେ ବୁଡ଼ି ରହିଛନ୍ତି। ଚାଷୀଙ୍କ ପ୍ରତି ତାଙ୍କର ଦରଦ ନାହିଁ।

ଆସନ୍ତା ନିର୍ବାଚନରେ ଭାଜପା ସରକାରଙ୍କ ପତନ ନିଶ୍ଚିତ। ନିର୍ବାଚନରେ ସମାଜବାଦୀ ପାର୍ଟି ରାଜ୍ୟର ୪୦୩ ବିଧାନସଭା ଆସନରୁ ୪୦୦ ହାତେଇବ ବୋଲି ସେ କହିଛନ୍ତି। ତାଙ୍କ ଦଳର ନିର୍ବାଚନ ଚିହ୍ନ ସାଇକେଲ ଏହି ସଫଳତା ହାସଲ କରିବାକୁ ଯାଉଥିବା ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ,୨୦୧୭ ବିଧାନସଭା ନିର୍ବାଚନରେ ରାଜ୍ୟରେ ଭାଜପା ଖାତାକୁ ୩୧୨ ଆସନ ଯାଇଥିଲା। ସେହିପରି ସମାଜବାଦୀ ପାର୍ଟି ୪୭ ଆସନ, ବହୁଜନ ସମାଜବାଦୀ ପାର୍ଟି ୧୯, କଂଗ୍ରେସ ୭ଟି ଆସନରେ ବିଜୟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟାକ ହୋଇପାରିବନି ଇଭିଏମ, କରାଯାଇ ପାରିବନି ଟ୍ୟାମ୍ପରିଂ, ସୁପ୍ରିମକାର୍ଟରେ ନିର୍ବାଚନ କମିଶନଙ୍କ ସ୍ପଷ୍ଟ ଉତ୍ତର

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ରେ ଆରମ୍ଭ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବର୍ତ୍ତମାନ ୨୪ଘଣ୍ଟାରୁ କମ ସମୟ ବାକି ଅଛି।...

‘ଦକ୍ଷିଣ ଭାରତରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ନୂଆଦିଲ୍ଲୀ,୧୮।୪: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ଦଳ ତଥା ବିରୋଧୀ ଦଳ ପକ୍ଷରୁ ଅନେକ ଦାବି କରାଯାଉଛି। ଗୋଟିଏ ପଟେ ଏନଡିଏ ୪୦୦ଟି ସିଟ...

କଂଗ୍ରେସର ‘ରାହୁଲୟାନ’ ନା ଲଞ୍ଚ ହୋଇପାରିଲା ନା ଲ୍ୟାଣ୍ଡ କରିପାରିଲା: ରାଜନାଥ

ପନ୍ତନମଥିଟ୍ଟା,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଶଙ୍ଖନାଦ ହୋଇଛି ଏବଂ ପ୍ରଥମ ପର୍ଯ୍ୟାୟ ଭୋଟ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ହେବ। ସେପଟେ କେନ୍ଦ୍ର ପ୍ରତିରକ୍ଷା...

ଟିକେଟ୍‌ ମିଳିବାର ୮ ଦିନ ପରେ ଦଳରୁ ବହିଷ୍କୃତ ହେଲେ ପ୍ରାର୍ଥୀ

ଲକ୍ଷ୍ନୌ,୧୮।୪: ବହୁଜନ ସମାଜ ପାର୍ଟୀ ପ୍ରାର୍ଥୀ ରାକେଶ କୁମାର କୁଶୱାହା ବାରୁଆଙ୍କୁ ଝାନସୀ-ଲଲିତପୁର ଲୋକ ସଭା ଆସନରୁ ଟିକେଟ୍‌ ଦେବାର ୮ ଦିନ ପରେ ଦଳରୁ...

ମୋ ଭୋଟ ବି ମ୍ୟାଡାମଙ୍କ ବୁଥକୁ ଟ୍ରାନ୍ସଫର କରି ଦିଅନ୍ତୁ, ଭାଇରାଲ ହେଉଛି ଏହି ନିର୍ବାଚନ ଅଧିକାରୀଙ୍କ ଫଟୋ

ନୂଆଦିଲ୍ଲୀ,୧୮।୪: ଦେଶରେ ଗଣତନ୍ତ୍ରର ମହାନ ପର୍ବ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ ଆସନ୍ତାକାଲି...

ଜେଲରେ ମିଠା-ଆମ୍ବ ଖାଉଛନ୍ତି କେଜରିଓ୍ବାଲ, କାହିଁକି କୋର୍ଟଙ୍କୁ ଏମିତି କହିଲେ ଇଡି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ନେବାକୁ ଅନୁମତି ମାଗିଥିବା ଆବେଦନ ଉପରେ ଇଡି ରାଉଜ ଆଭେନ୍ୟୁ କୋର୍ଟରେ...

ନିର୍ବାଚନ ପ୍ରଚାର ଛାଡି ଏହି ବ୍ୟକ୍ତିଙ୍କ ଜନ୍ମଦିନ ପାଳନ କରିବାକୁ ଗଲେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଚରମ ସୀମାରେ ରହିଛି। ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଶୁକ୍ରବାର ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରୋକିବା କଷ୍ଟକର’

ଇସଲାମାବାଦ,୧୮।୪: କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ଭାରତର ଲୋକ ସଭା ନିର୍ବାଚନ ବିଷୟରେ ଆଲୋଚନା ହେଉଛି। ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri