ପୁରୁଷୋତ୍ତମପୁରରେ ଅଖିମୁଠି ଅନୁକୂଳ: ଚଷା ଗୀତରେ ପ୍ରକମ୍ପିତ ହେଲା ଅଞ୍ଚଳ

ପୁରୁଷୋତ୍ତମପୁର, ୨୩/୪(ଡିଏନଏ) ପବିତ୍ର ଅକ୍ଷୟ ତୃତୀୟାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳର ଚାଷୀକୁଳ । ଚଷାପୁଅମାନଙ୍କ ସୁନ୍ଦର ସୁନ୍ଦର ଚଷା ଗୀତରେ ପ୍ରକମ୍ପିତ ହୋଇଛି ସମଗ୍ର ଅଞ୍ଚଳ। କୃଷକମାନେ ଅତି ଆନନ୍ଦ ଉଲ୍ଲାସରେ କ୍ଷେତକୁ ଯାଇ ବିଭିନ୍ନ ଚଷା ଗୀତର ତାଳେ ତାଳେ ହଳ ଲଙ୍ଗଳ ଧରି ଚାଷ କାର୍ଯ୍ୟ ଆରମ୍ଭ କରିଛନ୍ତି। ସେହିକ୍ରମରେ ପୁରୁଷୋତ୍ତମପୁର ସ୍ବପ୍ନେଶ୍ବର କୃଷକ ସଂଘ ପକ୍ଷରୁ ସଭାପତି ଆଇ ମୁକୁନ୍ଦ ରାଓଙ୍କ ତତ୍ତ୍ୱାବଧାନରେ ଅକ୍ଷୟ ତୃତୀୟା ପାଳିତ ହୋଇଯାଇଛି । ଏହି ଅବସରରେ ଅତିଥିଭାବେ ପୁରୁଷୋତ୍ତମପୁର ତହସିଲଦାର ସନ୍ତୋଷ କୁମାର ସାହୁ, ବିଡ଼ିଓ ବିଜୟ କୁମାର ବେହେରା, ବ୍ଲକ୍‌ କୃଷି ଅଧିକାରୀ ଡ. ପ୍ରମୋଦ କୁମାର ମହାପାତ୍ର ଯୋଗ ଦେଇ ହଳ ଲଙ୍ଗଳ ଧରି ଜମିରେ ଚାଷ କରିବା ସହ ଅଖିମୁଠି ଅନୁକୁଳ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । କୃଷି ଓ କୃଷକର କିଭଳି ଉନ୍ନତି ଘଟିବ ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସୁବିଧା କୃଷକଙ୍କ ନିମନ୍ତେ ଯୋଗାଇ ଦିଆଯାଉଛି ସେ ନେଇ କୃଷକ ମାନଙ୍କୁ ସୂଚନା ଦେଇଥିଲେ। ଏହାସହିତ କିଭଳି ଚଳିତ ବର୍ଷ ଭଲ ଅମଳ ହୋଇପାରିବ ସେ ନେଇ ମଧ୍ୟ ରାଜ୍ୟ ସରକାର ଓ କୃଷି ବିଭାଗ ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ ରହିଛି ଓ କାହାରି କିଛି କୃଷିଜନିତ ସମସ୍ୟା ହୁଏ ତେବେ ତାହାର ସମାଧାନ କରିବା ନିମନ୍ତେ ପ୍ରଶାସନ ସମ୍ପୂର୍ଣ୍ଣ ସହଯୋଗ କରିବ ବୋଲି ସେ କହିଛନ୍ତି। ଏଥିରେ କୃଷକ ସଂଘର ସମ୍ପାଦକ କିଶୋର ଚନ୍ଦ୍ର ସାସମଲ, କୋଷାଧ୍ୟକ୍ଷ ରମେଶ ଚନ୍ଦ୍ର ଗୌଡ, ପ୍ରଶାନ୍ତ ବେହେରା, ଗଙ୍ଗାଧର ଗୌଡଙ୍କ ସମେତ ବହୁ ଚାଷୀ ଉପସ୍ଥିତ ରହି କାର୍ଯକ୍ରମକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri