ଟ୍ରୋଲ୍ ହେଲେ ଅଖିଳେଶ

ଲକ୍ଷ୍ନୌ,୩ ।୧: କରୋନା ମହାମାରୀକୁ ନେଇ ରାଜନୀତି ମୁଣ୍ଡ ଟେକିବା ଏକ ସାଧାରଣ କଥା ଥିବା ବେଳେ ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଏହାକୁ ଏନ ନୂଆ ରଙ୍ଗ ଦେଇଥିଲେ । ଶନିବାର ସାରା ଦେଶରେ କରୋନା ଟିକାକରଣର ଡ୍ରାଏ ରନ୍ ଆରମ୍ଭ ହୋଇଥିବା ବେଳେ ଅଖିଳେଶ କହିଥିଲେ ମୁଁ କରୋନା ଭ୍ୟାକ୍ସିନ ନେବି ନାହିଁ । କାରଣ ଭାରତୀୟ ଜନତା ପାଟି(ଭାଜପା)ର ଭ୍ୟାକ୍ସିନ ଉପରେ ମୋର ଭରସା ନାହିଁ । ଯେବେ ଆମ ସରକାର ଗଠନ ହେବେ ତେବେ ସମସ୍ତଙ୍କୁ ମାଗଣାରେ କରୋନା ଭ୍ୟାକ୍ସିନ ମିଳିବ ଓ ମୁଁ ସେତେବେଳେ ଭ୍ୟାକ୍ସିନ ନେବି କାରଣ ଭାଜପା ଭ୍ୟାକ୍ସିନ ଉପରେ ମୋର ଭରସା ନାହିଁ । ଅଖିଳେଶଙ୍କ ଏଭଳି ମନ୍ତବ୍ୟ ପରେ ଏବେ ସେ ସୋସିଆଲ ମିଡିଆରେ ଟ୍ରୋଲର ଶିକାର ହୋଇଛନ୍ତି । କେତେଜଣ ୟୁଜର୍ସ ତାଙ୍କୁ ଗାଳି କରିବା ସହ ଆଉ କେତେଜଣ କହିଛନ୍ତି, ଭଲ ହୋଇଛି ପୋଲିଓ ଭ୍ୟାକ୍ସିନ ପୂର୍ବରୁ ଅଖିଳେଶ ଏଭଳି ବୟାନ ଦେଇ ନାହାନ୍ତି । ତେବେ ଟ୍ରୋଲ୍ ହେବା ପରେ ରବିବାର ଟୁଇଟ୍ କରି ଅଖିଳେଶ ଏହାର ସଫେଇ ଦେଇଛନ୍ତି । ଏହା ତାଙ୍କର ଡ୍ୟାମେଜ କଣ୍ଟ୍ରୋଲ କରିବାର ପ୍ରୟାସ ବୋଲି କୁହାଯାଉଛି । ସେ କହିଛନ୍ତି କରୋନା ଟିକାକରଣ ପ୍ରକ୍ରିୟା ଏକ ସମ୍ବେଦନାଶୀଳ ପ୍ରକ୍ରିୟା । ସେଥିପାଇଁ ଭାଜପା ସରକାର ଏହାକୁ କୌଣସି ଦେଖାଇହେବା ଇଭେଣ୍ଟ ବୋଲି ନ ଭାବୁ ଓ ସମସ୍ତ ପ୍ରସ୍ତୁତି ପରେ ଟିକାକରଣ ଆରମ୍ଭ କରାଯାଉ । ଏହା ଲୋକଙ୍କ ଜୀବନର କଥା କାରଣ ଏହାପରେ ଭୁଲକୁ ସୁଧାରି ହେବ ନାହିଁ । ଏହାସହ ଗରିବଙ୍କୁ ଟିକାକରଣର ନିର୍ଦ୍ଦିଷ୍ଟ ତାରିଖ ଘୋଷଣା କରାଯାଉ ବୋଲି ଅଖିଳେଶ କହିଛନ୍ତି । ସୂଚନାଯୋଗ୍ୟ, ଶନିବାର ଦିଲ୍ଲୀରେ କରୋନା ଭ୍ୟାକ୍ସିନର ଡ୍ରାଏରନ୍ ଆରମ୍ଭ ହୋଇଥିବା ବେଳେ ଏ ସମ୍ପର୍କରେ ସବିଶେଷ ବିବରଣୀ ନେବାକୁ ପହଞ୍ଚିଥିବା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ହର୍ଷ ବର୍ଦ୍ଧନ କହିଥିଲେ, କେବଳ ଦିଲ୍ଲୀ କାହିଁକି ସାରା ଦେଶରେ ଲୋକଙ୍କୁ ମାଗଣାରେ କରୋନା ଟିକା ଯୋଗାଇ ଦିଆଯିବ । ତେବେ ପ୍ରଥମ ପର୍ଯ୍ୟାୟରେ ହେଲ୍‌ଥ ୱାର୍କର, କରୋନା ଯୋଦ୍ଧା, ୫୦ ବର୍ଷରୁ ଅଧିକ ବୟସର ବ୍ୟକ୍ତି ଓ ଜଟିଳ ରୋଗରେ ପୀଡ଼ିତ ବ୍ୟକ୍ତିଙ୍କୁ ଏହି ଟିକା ଦିଆଯିବ ବୋଲି ସେ ସ୍ପଷ୍ଟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri