Posted inଖେଳ

ବିଶ୍ୱକପ୍‌ ସ୍ଥଗିତ ଲାଗି ବିସିସିଆଇକୁ ଦାୟୀ କଲେ ଅଖତର୍‌

କରାଚୀ, ୨୩।୭: କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା ଆଇସିସି ଟି୨୦ ବିଶ୍ୱକପ୍‌ ସ୍ଥଗିତ ହୋଇଛି। ଏହା ଆସନ୍ତା ଅକ୍ଟୋବରରେ ଅଷ୍ଟ୍ରେଲିଆରେ ଆୟୋଜିତ ହେବାର କାର୍ଯ୍ୟସୂଚୀ ରହିଥିଲା। କିନ୍ତୁ କରୋନା ଭାଇରସ୍‌ର ପ୍ରକୋପକୁ ଦୃଷ୍ଟିରେ ରଖି କ୍ରିକେଟ୍‌ର ସର୍ବୋଚ୍ଚ ସଂସ୍ଥା ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଏହାକୁ ସ୍ଥଗିତ ରଖିବାକୁ ନିକଟରେ ନିଷ୍ପତ୍ତି ନେଇଥିଲା। ଏହି ଟି୨୦ ବିଶ୍ୱକପ୍‌ ଆସନ୍ତା ବର୍ଷ ଅନୁଷ୍ଠିତ ହେବ ବୋଲି ନିକଟରେ ଏକ ବୈଠକରେ ଆଇସିସି ପକ୍ଷରୁ ଘୋଷଣା କରାଯାଇଥିଲା। ତେବେ ଆଇସିସିର ଏହି ନିଷ୍ପତ୍ତିକୁ ନେଇ ପ୍ରାକ୍ତନ ପାକିସ୍ତାନ ଦ୍ରୁତ ବୋଲର ସୋଏବ ଅଖତର୍‌ ଏକ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ବିଶ୍ୱକପ୍‌ ସ୍ଥଗିତ ଲାଗି ସେ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ଦାୟୀ କରିଛନ୍ତି। ଆଇପିଏଲ୍‌ ଆୟୋଜନ କରିବା ଲକ୍ଷ୍ୟରେ ବିସିସିଆଇ ବିଶ୍ୱକପ୍‌କୁ ସ୍ଥଗିତ ରଖିଛି ବୋଲି ଅଖତର୍‌ ଅଭିଯୋଗ କରିଛନ୍ତି। ସର୍ବଦା ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହିବାକୁ ପସନ୍ଦ କରୁଥିବା ଅଖତର୍‌ ପାକିସ୍ତାନ ଗଣମାଧ୍ୟମକୁ ସାକ୍ଷାତ୍‌କାର ଦେବା ଅବସରରେ କହିଛନ୍ତି, ‘ବିସିସିଆଇ ଆଇପିଏଲ୍‌ ଆୟୋଜନ କରିବା ଲାଗି ବିଶ୍ୱକପ୍‌କୁ ସ୍ଥଗିତ କରିଦେଇଛି। ବିଶ୍ୱକପ୍‌ ନ ହେଲେ ଏସିଆ କପ୍‌ ନିଶ୍ଚିତ ରୂପେ ଆୟୋଜିତ ହୋଇପାରିଥାନ୍ତା। ଭାରତ ଓ ପାକିସ୍ତାନ ପରସ୍ପର ବିପକ୍ଷରେ ଖେଳିବା ଲାଗି ଏହା ଏକ ସୁନ୍ଦର ସୁଯୋଗ ରହିଥିଲା। ଏହା ନ ହେବା ପଛରେ ବହୁତ କାରଣ ରହିଛି। ଯାହାକୁ ମୁଁ ଯିବାକୁ ଚାହୁଁ ନାହିଁ।’ ପାକିସ୍ତାନର ଏହି ପୂର୍ବତନ କ୍ରିକେଟର୍‌ ଆହୁରି ମଧ୍ୟ କହିଛନ୍ତି ଯେ, ‘ଟି୨୦ ବିଶ୍ୱକପ୍‌ ମଧ୍ୟ ଆୟୋଜିତ ହୋଇପାରିଥାନ୍ତା। କିନ୍ତୁ ମୁଁ ପ୍ରଥମରୁ କହିଛି ଯେ ସେମାନେ ଏହାକୁ ହେବାକୁ ଦେବେ ନାହିଁ। ବିଶ୍ୱକପ୍‌ ନର୍କକୁ ଯାଉ କିନ୍ତୁ ଆଇପିଏଲ୍‌କୁ କ୍ଷତି ନ ପହଞ୍ଚତ୍ବା ଆବଶ୍ୟକ।’ ଏଠାରେ ଉଲ୍ଲେଖଯୋଗ୍ୟ, ବିଶ୍ୱକପ୍‌ ଆୟୋଜକ ଅଷ୍ଟ୍ରେଲିଆ କରୋନା ମହାମାରୀ ସମୟରେ ଏତେ ବଡ଼ ଇଭେଣ୍ଟ ଆୟୋଜନ କରିବାକୁ ଅସମର୍ଥ ହୋଇଥିଲା। କରୋନା ସମୟରେ ଏତେ ସଂଖ୍ୟକ ଖେଳାଳିଙ୍କୁ ସୁରକ୍ଷିତ ରଖିବା ସମ୍ଭବପର ନୁହେଁ ବୋଲି ପୂର୍ବରୁ କ୍ରିକେଟ୍‌ ଅଷ୍ଟ୍ରେଲିଆ ପକ୍ଷରୁ କୁହାଯାଇଥିଲା। ଯେଉଁଥି ପାଇଁ ବିଶ୍ୱକପ୍‌ ସ୍ଥଗିତ ରଖିବାକୁ ଆଇସିସି ନିଷ୍ପତ୍ତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri