Posted inଖେଳ

୪.୫ ମିଲିୟନ ଟଙ୍କା ଜରିମାନା ଦେଲେ ଆକମଲ

କରାଚି,୨୭।୫(ପି.ଟି.): ବିବାଦୀୟ ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ ୪.୫ ମିଲିୟନ ଅର୍ଥାତ ୪୫ ଲକ୍ଷ ଟଙ୍କା ଜରିମାନା ଦେଇଛନ୍ତି। ପିସିବିର ଆଣ୍ଟି କରପ୍‌ଶନ ରିହାବିଲିଟେଶନ ପ୍ରୋଗ୍ରାମ୍‌ରେ ସାମିଲ ହେବାକୁ ସେ ଏହି ପରିମାରଣ ଅର୍ଥ ପ୍ରଦାନ କରିଛନ୍ତି। ଗତ ଫେବୃୟାରୀରେ କୋର୍ଟ ଅଫ୍‌ ଆର୍ବିଟ୍ରେଶନ ଫର ସ୍ପୋଟର୍‌ସ (କାସ) ଆକମଲଙ୍କ ଉପରେ ଏହି ଜରିମାନା ଧାର୍ଯ୍ୟ କରିଥିଲା। ସେ ଏହି ଅର୍ଥ ଦେଇଛନ୍ତି ବୋଲି ପିସିବି ସୂତ୍ରରୁ ଜଣାଯାଇଛି। ଫଳରେ ସେ ଏବେ ରିହାମ ପ୍ରୋଗ୍ରାମ୍‌ରେ ସାମିଲ ହୋଇପାରିବେ ବୋଲି ପିସିବି ତରଫରୁ କୁହାଯାଇଛି। ଏହି ପ୍ରୋଗ୍ରାମରେ ସାମିଲ ହେବାକୁ କିଛି ସମୟ ଆବଶ୍ୟକ ହେବ। ଫଳରେ ଆକମଲ ପୁଣିଥରେ ତାଙ୍କ କ୍ରିକେଟ କ୍ୟାରିୟର ଆରମ୍ଭ କରିବାରେ ବିଳମ୍ବ ହେବ।
ପୂର୍ବରୁ ୪୫ ଲକ୍ଷ ଟଙ୍କା କିସ୍ତିରେ ଦେବାକୁ ଆକମଲ ଅନୁରୋଧ କରିଥିଲେ। ତେବେ ପିସିବି ଏହାକୁ ପ୍ରତ୍ୟାଖ୍ୟାନ କରିଥିଲା। ଦୁର୍ନୀତି ଆଚରଣବିଧି ଉଲ୍ଲଂଘନ କରିବା ଅଭିଯୋଗରେ ଆକମଲ ୨୦୨୦ ଫେବୃୟାରୀରୁ ବାସନ୍ଦ ହୋଇଛନ୍ତି। ଚଳିତ ମାସ ସେ ୩୧ ବର୍ଷରେ ପଦାର୍ପଣ କରିବେ। ସେ ୨୦୧୯ ନଭେମ୍ବରରୁ ପାକିସ୍ତାନ ପାଇଁ ଖେଳିନାହାନ୍ତି। ପୂର୍ବରୁ କାସ୍‌ ଆକମଲଙ୍କ ୧୮ ମାସର ବାସନ୍ଦକୁ ୧୨ ମାସକୁ କମାଇ ଦେଇଥିଲେ। କିନ୍ତୁ ୪୫ ଲକ୍ଷ ଟଙ୍କା ଜରିମାନା ଦେବାକୁ କହିଥିଲେ। ଗତ ଫେବୃୟାରୀରେ ପିସିବି ଓ ଆକମଲଙ୍କ ବିବାଦର ଶୁଣାଣି କରିଥିଲା କାସ୍‌। ୧୨ ମାସ ବାସନ୍ଦ କାଟି ସାରିଥିବାରୁ ଉମର ପୁଣି ଥରେ କ୍ରିକେଟକୁ ଫେରିବା ପଥ ପରିଷ୍କାର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri