Posted inଖେଳ

ଆକମଲଙ୍କ ବାସନ୍ଦ ଅବଧି ୧୮ ମାସକୁ କମିଲା

କରାଚୀ,୩୦।୭ (ପି.ଟି.): ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲଙ୍କ ୩ ବର୍ଷିଆ ବାସନ୍ଦ ଅବଧୀକୁ ପାଖାପାଖି ଅଧା କରିଦିଆଯାଇଛି। ଫିକ୍ସିଂ କରିବାକୁ ତାଙ୍କୁ ଦିଆଯାଇଥିବା ପ୍ରସ୍ତାବକୁ ସେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ ଜଣାଇ ନ ଥିଲେ। ଫଳରେ ତାଙ୍କୁ କ୍ରିକେଟରୁ ୩ ବର୍ଷ ବାସନ୍ଦ କରାଯାଇଥିଲା। କ୍ରିକେଟ ପ୍ରତି ତାଙ୍କ ଭଲ ପାଇବାକୁ ଉପଲବ୍ଧି କରି ତାଙ୍କ ଦଣ୍ଡ କୋହଳ କରାଯାଇଛି। ତେବେ ଏଥିରେ ଆକମଲ ସନ୍ତୁଷ୍ଟ ହୋଇନାହାନ୍ତି। ସମ୍ପୂର୍ଣ୍ଣ ବାସନ୍ଦାଦେଶ ଉଠା ନହେବା ପର୍ଯ୍ୟନ୍ତ ସେ ଲଢେଇ ଜାରି ରଖିବେ ବୋଲି ଆକମଲ କହିଛନ୍ତି।
ତାଙ୍କ ବାସନ୍ଦ ଅବଧୀ ୨୦୨୦ ଫେବୃୟାରୀରୁ ୨୦୨୧ ଅଗଷ୍ଟ ପର୍ଯ୍ୟନ୍ତ ଲାଗୁ ହେବ। ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଖେଳିବା ଅବସରରେ ଆମକଲଙ୍କୁ ଫିକ୍ସିଂ କରିବାକୁ ପ୍ରସ୍ତାବ ଦିଆଯାଇଥିଲା। ତେବେ ସେ ଏହାକୁ ସାର୍ବଜନୀନ କରି ନ ଥିଲେ। ଏହି ବାସନ୍ଦାଦେଶ ବିରୋଧରେ ସେ ଅପିଲ କରିଥିଲେ। ଜଷ୍ଟିସ୍‌ ଫକିର ମହମ୍ମଦ ଖୋଖେର ଆକମଲଙ୍କ ଅପିଲର ଶୁଣାଣି କରିଥିଲେ ଓ ଦଣ୍ଡ କୋହଳ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?