କୃଷ୍ଣ ବଳରାମଙ୍କୁ ଭେଟିଲେ ଅକ୍ରୂର

ମଥୁରାନଗରୀ,୪।୧: ବରଗଡ଼ ଧନୁଯାତ୍ରା ମହୋତ୍ସବର ମଙ୍ଗଳବାର ଅଷ୍ଟମ ଦିବସରେ ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଜନସମାଗମ ହୋଇଥିଲା। ଗୋଟିଏ ପଟେ ଗୋପପୁର ବୃନ୍ଦାବନ ପଡ଼ିଆ ଏବଂ ଅନ୍ୟପଟେ ମଥୁରାନଗରୀର ରାଜଦରବାର ଓ ରଙ୍ଗମହଲର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା। ଗୋପାଳ ବାଳକଙ୍କ ଗହଣରେ ଶ୍ରୀକୃଷ୍ଣ ଓ ବଳରାମ ଗୋପପୁର ପରିକ୍ରମା କରି ଯମୁନା କୂଳ ବୃନ୍ଦାବନ ପଡ଼ିଆରେ ପହଞ୍ଚତ୍ଥିଲେ। ସେଠାରେ ଅନ୍ଧ ବ୍ରାହ୍ମଣ ଶ୍ରୀକୃଷ୍ଣଙ୍କୁ ଭେଟିବାକୁ ଯାଇଥିଲେ ଏବଂ ଲୀଳାମୟ କୃଷ୍ଣଙ୍କୁ ଗିରି ଗୋବର୍ଦ୍ଧନ ବେଶରେ ଦେଖିବା କ୍ଷଣି ସେ ଦୃଷ୍ଟି ଫେରିପାଇଥିଲେ।
କଂସ ମହାରାଜଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣ ଓ ବଳରାମଙ୍କୁ ଆଣିବା ପାଇଁ ଅକ୍ରୂର ଏକ ସୁସଜ୍ଜିତ ରଥରେ ଗୋପପୁର ଅଭିମୁଖେ ଯାଇଥିଲେ। ବାଟରେ ଯମୁନା ଶଯ୍ୟାରେ ଶ୍ରୀକୃଷ୍ଣଙ୍କ ପାଦଚିହ୍ନ ଦେଖି ସେ ଭାବବିହ୍ବଳ ହୋଇ ପଡ଼ିଥିଲେ। ପରେ ଶ୍ରୀକୃଷ୍ଣ ଓ ବଳରାମ ଅକ୍ରୂରଙ୍କୁ ନନ୍ଦ ଦରବାରକୁ ନେଇଥିଲେ। ନନ୍ଦ ଦରବାରରେ ଅକ୍ରୂର ନନ୍ଦରାଜାଙ୍କୁ ମହାରାଜ କଂସ ଦେଇଥିବା ଚିଟାଉ ପ୍ରଦାନ କରିଥିଲେ। ସେହିପରି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ଗହଣରେ ମଥୁରା ଭ୍ରମଣ କରିଥିଲେ। ପରିଭ୍ରମଣ ସମୟରେ ସେ ସ୍ଥାନୀୟ ସମ୍ବଲପୁର ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସରକାରୀ ବସ୍‌ଷ୍ଟାଣ୍ଡ ପରିଦର୍ଶନ କରିଥିଲେ ଏବଂ କର୍ମଚାରୀଙ୍କୁ ଭେଟି ଲୋକଙ୍କୁ ଉତ୍ତମ ସେବା ପ୍ରଦାନ ପାଇଁ ଆଦେଶ ଦେଇଥିଲେ। ଏହାପରେ କଂସ ହାଟପଦାସ୍ଥିତ ରଙ୍ଗମହଲକୁ ଯାଇ ନୃତ୍ୟଗୀତରେ ମସ୍‌ଗୁଲ ହୋଇଥିଲେ। ପରେ ରାଜଦରବାରକୁ ଆସି ଶ୍ରୀକୃଷ୍ଣ ଓ ବଳରାମଙ୍କୁ ହତ୍ୟା ଏବଂ ଗୋପପୁରକୁ ଧ୍ୱଂସ କରିବା ପାଇଁ ନିଜ ସୈନ୍ୟ ସାମନ୍ତଙ୍କ ସହ ଯୁଦ୍ଧାଭ୍ୟାସ କରିଥିଲେ। ରାଜଦରବାରରେ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ପଦ୍ମଶ୍ରୀ ପ୍ରମୋଦ ଭଗତ ରାଜ ଅତିଥି ଭାବେ ଯୋଗଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri