ଦୃଷ୍ଟି ଆକର୍ଷଣ କରୁଛି କ୍ୟାଟ୍ରିନା-ଅକ୍ଷୟଙ୍କ ଭାଇରାଲ ଫଟୋ

ମୁମ୍ବାଇ: ବଲିଉଡ୍‌ ନାୟିକା କ୍ୟାଟ୍ରିନା କୈଫ ଓ ନାୟକ ଅକ୍ଷୟ କୁମାର ଦର୍ଶକଙ୍କ ପସନ୍ଦର ଯୋଡି। ଏମାନେ ଏକାଠି ଓ୍ବେଲକମ୍‌ ବ୍ୟାକ୍‌, ଦେ ଦନା ଦନ, ସିଂ ଇଜ୍‌ କିଙ୍ଗ, ନମସ୍ତେ ଲଣ୍ଡନ, ହମକୋ ଦିଓ୍ବାନା କରଗୟା ଓ ତିସ୍‌ ମାର୍‌ ଖନ୍‌ ଭଳି ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ନିକଟତର ହୋଇ ପାରିଛନ୍ତି। ଦର୍ଶକେ ଏସବୁ ଫିଲ୍ମରେ ଉଭୟ କଳାକାରଙ୍କୁ ପସନ୍ଦ ମଧ୍ୟ କରିଛନ୍ତି। ଏବେ ଏହି ଯୋଡିଙ୍କର ଏକ ପୁରୁଣା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଫଟୋରେ ଉଭୟେ ଏକ ସୁଇମିଂ ପୁଲରେ ମସ୍ତି କରୁଥିବା ଦେଖାଯାଇଛି। ଫଟୋଟି ପୁରୁଣା ହୋଇଥିଲେ ମଧ୍ୟ ଏହା ତାଙ୍କ ପ୍ରଶଂସକଙ୍କ ଦୃଷ୍ଟି ଆକର୍ଷଣ କରିଛି। ଫଟୋଟିକୁ ଫିଲ୍ମ ମେକର ତାଙ୍କ ଇନଷ୍ଟାଗ୍ରାମରେ ଶେୟାର କରିବା ପରେ ଏହା ଭାଇରାଲ ହୋଇଯାଇଛି। ଫଟୋରେ କ୍ୟାଟ୍ରିନା ଏକ ହଳଦିଆ ଡ୍ରେସ୍‌ରେ ନଜର ଆସୁଥିବା ବେଳେ ଉଭୟଙ୍କ କେମେଷ୍ଟ୍ରି ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଛି। ଏବେ ପର୍ଯ୍ୟନ୍ତ ଏହି ଫଟୋକୁ ୧୯ ହଜାରରୁ ଅଧିକ ଲାଇକ୍ସ ମିଳି ସାରିଲାଣି। ସୂଚନାଯୋଗ୍ୟ କ୍ୟାଟ୍ରିନା ଓ ଅକ୍ଷୟ ଅଗାମୀ ଦିନରେ ଫିଲ୍ମ ‘ସୂର୍ଯ୍ୟବଂଶୀ’ରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri