ଅକ୍ଷୟଙ୍କ ଖୁସି କହିଲେ ନ ସରେ

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜ ଆଗାମୀ ଚଳଚ୍ଚିତ୍ର ‘ରାମ ସେତୁ’ର ଶୁଟିଂ ଆରମ୍ଭ କରିଛନ୍ତି। ନିକଟରେ ଅକ୍ଷୟ ଫିଲ୍ମର ମୁଖ୍ୟ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ ଏବଂ ନୁଶରତ ଭରୁଚାଙ୍କ ସହ ପହଞ୍ଚିଥିଲେ। ରାମଲାଲାଙ୍କ ଆଶୀର୍ବାଦ ନେବା ପରେ ଫିଲ୍ମ ଶୁଟିଂ ଆରମ୍ଭ ହୋଇଛି। ଏନେଇ ବେଶ୍‌ ଖୁସି ନଜର ଆସିଛନ୍ତି ଅକ୍ଷୟ। ସେ ତାଙ୍କ ଲୁକର ଏକ ଫଟୋ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଫଟୋ ଅକ୍ଷୟ ଲମ୍ବା କେଶ ସହିତ ଏକ ଭିନ୍ନ ଅବତାରରେ ନଜର ଆସୁଛନ୍ତି। ଫଟୋ ଶେୟାର କରି ଅକ୍ଷୟ କୁମାର କହିଛନ୍ତି, ମୋ ପାଇଁ ଏକ ସ୍ବତନ୍ତ୍ର ଫିଲ୍ମ ନିର୍ମାଣ କରିବାର ଯାତ୍ରା ଆଜିଠାରୁ ଆରମ୍ଭ ହେଉଛି। ରାମ ସେତୁ ଶୁଟିଂ ଆରମ୍ଭ ହୋଇଛି। ମୁଁ ଏହି ଚଳଚ୍ଚିତ୍ରରେ ଜଣେ ପ୍ରତ୍ନତତ୍ତ୍ୱବିତ୍‌ ଭୂମିକାରେ ଅଭିନୟ କରୁଛି। ଲୁକ ଉପରେ ଆପଣଙ୍କର ରାୟ ଶୁଣିବାକୁ ପସନ୍ଦ କରିବି। ଏହା ମୋ ପାଇଁ ସର୍ବଦା ଆବଶ୍ୟକ ବୋଲି ସେ କହିଛନ୍ତି। ଅକ୍ଷୟ କୁମାରଙ୍କ ଏହି ଲୁକକୁ ତାଙ୍କ ପ୍ରଶଂସକମାନେ ବହୁତ ପସନ୍ଦ କରୁଛନ୍ତି। ରାମ ସେତୁ ବ୍ୟତୀତ ଅକ୍ଷୟଙ୍କ ବଚ୍ଚନ ପାଣ୍ଡେ, ବେଲବଟମ ଭଳି ଫିଲ୍ମ ମଧ୍ୟ ମୁକ୍ତିଲାଭ କରିବାର ଅଛି। ଏପ୍ରିଲ ୩୦ରେ ଅକ୍ଷୟଙ୍କ ଅଭିନୀତ ‘ସୂର୍ଯ୍ୟବଂଶୀ’ ରିଲିଜ୍‌ ହେବ।

akshay kumar, ramsetu


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

୫ ରାଶି ଉପରେ ଶନିଙ୍କ କୋପଦୃଷ୍ଟି: ୧୧ ଡିସେମ୍ୱର ପର୍ଯ୍ୟନ୍ତ ରହିବାକୁ ହେବ ସତର୍କ, ଆରମ୍ଭ ହେଲା ଘୋର ଶନିଦଶା!

ଶନି ଗ୍ରହ ୨୭ ଜୁଲାଇ ୨୦୨୬ରେ ବକ୍ରୀ ହୋଇଥିଲେ। ଏବେ ୧୧ ଡିସେମ୍ୱରରେ ଶନି ମାର୍ଗୀ ହେବେ। ଏହି ସମୟ ମଧ୍ୟରେ ଶନିଙ୍କର ବକ୍ରୀ ଚଳନ ୫ଟି…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?