ଏକ୍ସ-ଗର୍ଲଫ୍ରେଣ୍ଡଙ୍କ ହାତ ଧରି ନାଚିଲେ ଅକ୍ଷୟ କୁମାର

ବଲିଉଡ ଅଭିନେତା ଅକ୍ଷୟ କୁମାର ଏବଂ ଶିଳ୍ପା ସେଟ୍ଟୀଙ୍କ ପ୍ରେମ ସମ୍ପର୍କ କାହାକୁ ଅଛପା ନାହିଁ। କିନ୍ତୁ ଦୁହିଁଙ୍କ ପ୍ରେମ କାହାଣୀ ଅଧିକ ଦିନ ତିଷ୍ଠି ନ ଥିଲେ। ଦୁହେଁ ପରସ୍ପରଠାରୁ ଅଲଗା ହୋଇନିଜ ଜୀବନରେ ଆଗକୁ ବଢ଼ିଥିଲେ। ୩ ଦଶନ୍ଧି ପରେ ଅକ୍ଷୟ ଏବଂ ଶିଳ୍ପା ଏକାଠି ନଜର ଆସିଛନ୍ତି। ଦୁହେଁ ନିଜ ଡ୍ୟାନ୍ସରେ ମଞ୍ଚରେ ଦୁଲକାଇ ଦେଇଥିଲେ।

ଅକ୍ଷୟ ଏବଂ ଶିଳ୍ପା ନିକଟରେ ଏକ ପୁରସ୍କାର ଉତ୍ସବରେ ଯୋଗ ଦେଇଥିଲେ। ଏହି ସମୟରେ ଦୁହେଁ ଧଳା ରଙ୍ଗର ପୋଷାକରେ ଦେଖିବାକୁ ମିଳିଥିଲା। ଧଳା ରଙ୍ଗର ଶାଢ଼ିରେ ଶିଳ୍ପା ବହୁତ ସୁନ୍ଦର ଦେଖାଯାଉଥିଲେ। ଅକ୍ଷୟଙ୍କୁ ଧଳା ରଙ୍ଗର ସୁଟ ପିନ୍ଧି ଦେଖିବାକୁ ମିଳିଥିଲା। ଦୁହେଁ ମଞ୍ଚ ଉପରେ ଚୁରା କେ ଦିଲ ମେରା ଗୀତରେ ନାଚିଥିଲେ। ଏହି ଗୀତଟି ‘ମୈଁ ଖିଲାଡି ତୁ ଅନାରି’ ଚଳଚ୍ଚିତ୍ରର। ଏହି ଫିଲ୍ମରେ ଶିଳ୍ପା ଏବଂ ଅକ୍ଷୟ ଏକାଠି ନଜର ଆସିଥିଲେ। ଦୁହିଁଙ୍କ ଅଭିନୟ ପ୍ରଶଂସକମାନଙ୍କୁ ପାଗଳ କରିଦେଇଥିଲା। ଅକ୍ଷୟ ଶିଳ୍ପାଙ୍କ ହାତ ଧରି ନାଚିଥିଲେ।

ଶିଳ୍ପା ଏବଂ ଅକ୍ଷୟ ଅନେକ ଫିଲ୍ମରେ ଏକାଠି କାମ କରିଛନ୍ତି। ସେମାନେ ମୈଁ ଖିଲାଡି ତୁ ଅନାରି, ଇନସାଫ, ଧଡକ, ଜାନୱାର ଭଳି ଫିଲ୍ମରେ ଏକାଠି ନଜର ଆସିଥିଲେ।

୯୦ ଦଶକରେ ଶିଳ୍ପା ଏବଂ ଅକ୍ଷୟଙ୍କ ପ୍ରେମ ସମ୍ପର୍କ ବିଷୟରେ ବହୁତ ଚର୍ଚ୍ଚା ହୋଇଥିଲା। ଦୁହେଁ ୧୯୯୪ ମସିହାରେ ଫିଲ୍ମ ‘ମୈଁ ଖିଲାଡି ତୁ ଅନାରି’ ସମୟରେ ଦେଖା ହୋଇଥିଲେ। ଏହା ପରେ ସେମାନଙ୍କର ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ଉଭୟ ୩ ବର୍ଷ ଧରି ସମ୍ପର୍କରେ ଥିଲେ। କିନ୍ତୁ ତା’ପରେ ସେମାନଙ୍କର ରାସ୍ତା ଅଲଗା ହୋଇଯାଇଥିଲା।

ଏହା ପରେ ଶିଳ୍ପା ରାଜ କୁନ୍ଦ୍ରାଙ୍କୁ ବିବାହ କରିଥିଲେ। ଶିଳ୍ପା ଦୁଇଟି ସନ୍ତାନର ମା’। ଅକ୍ଷୟ ଅଭିନେତ୍ରୀ ଟ୍ବିଙ୍କଲ ଖାନ୍ନାଙ୍କୁ ବିବାହ କରିଥିଲେ। ତାଙ୍କର ଦୁଇଟି ସନ୍ତାନ ମଧ୍ୟ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri