ସାମ୍ନାକୁ ଆସିଲା ‘ସୂର୍ଯ୍ୟବଂଶୀ’, ‘୮୩’ ର ନୂଆ ରିଲିଜ୍ ଡେଟ୍‌!

ମୁମ୍ବାଇ: ଏବେ ବଲିଉଡ୍‌ରେ କିଛି ବଡ ଫିଲ୍ମକୁ ନେଇ ଚର୍ଚ୍ଚା ଚାଲିଛି । ଅକ୍ଷୟ କୁମାରଙ୍କ ଫିଲ୍ମ ‘ସୂର୍ଯ୍ୟବଂଶୀ’ ଓ ରଣବୀର କପୁରଙ୍କ ଫିଲ୍ମ ‘୮୩’ ରହୁଛି ସବୁଠାରୁ ଆଗରେ । କରୋନା ଭାଇରସ ସଂକ୍ରମଣ କାରଣରୁ ଦୁଇଟି ଯାକ ଫିଲ୍ମର ରିଲିଜ୍ ଡେଟ୍ ଘୁଞ୍ଚି ଘୁଞ୍ଚି ଯାଉଥିବା ବେଳେ ଆସନ୍ତା ବର୍ଷ ଏହା ଧୁମ୍ ମଚେଇବ ବୋଲି କୁହାଯାଉଛି । ଏପର୍ଯ୍ୟନ୍ତ ଫିଲ୍ମ ମେକର୍ସଙ୍କ ଦ୍ୱାରା ରିଲିଜ୍ ଡେଟ୍ ସମ୍ପର୍କରେ କିଛି ସୂଚନା ଦିଆଯାଇ ନ ଥିଲେ ମଧ୍ୟ ଟ୍ରେଡ୍ ଆନାଲିସିଷ୍ଟ ତରଣ ଆଦର୍ଶ ଟୁଇଟ୍ କରି ଏ ସମ୍ପର୍କରେ ସାମାନ୍ୟ ସୂଚନା ଦେଇଛନ୍ତି । ସେ କହିଛନ୍ତି ‘ସୂର୍ଯ୍ୟବଂଶୀ’, ଓ ‘୮୩’ ଆସନ୍ତା ବର୍ଷ ରିଲିଜ୍ ହେବ । ୨୦୨୧ ମାର୍ଚ୍ଚ ୩୧ରେ ଏହା ରିଲିଜ୍ ହେବାର ଯୋଜନା ରହିଥିବା ସେ ପ୍ରକାଶ କରିଛନ୍ତି । ଗୋଟିଏ ପଟେ ଚଳିତ ବର୍ଷ ଫିଲ୍ମର ପ୍ରମୋଶନ ହୋଇ ପାରି ନ ଥିବା ବେଳେ କରୋନା ଲକ୍‌ଡାଉନ ଯୋଗୁ ଏହା ରିଲିଜ୍ ହୋଇପାରି ନାହିଁ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri