ଅକ୍ଷୟଙ୍କୁ ମିଳିଲା ଅନୁମତି, ଅଯୋଧ୍ୟାର ପ୍ରକୃତ ଲୋକେଶନରେ ହେବ ‘ରାମ ସେତୁ’ର ଶୁଟିଂ

ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାର ଏବେ ତାଙ୍କ ଆଗାମୀ ପ୍ରୋଜେକ୍ଟ ପାଇଁ ବ୍ୟସ୍ତ ରହୁଥିବା ଦେଖାଯାଇଛି । କିଛିଦିନ ତଳେ ସେ ତାଙ୍କ ଅଗାମୀ ପ୍ରୋଜେକ୍ଟ ‘ରାମ ସେତୁ’ କଥା ଆଲୋଚନା କରିଥିବା ଜଣାପଡିଥିଲା । କିଛିଦିନ ତଳେ ଏହାର ପୋଷ୍ଟର ମଧ୍ୟ ଦେଖିବାକୁ ମିଳିଥିଲା । ଏବେ ଏହାକୁ ନେଇ ଆସିଛି ଆଉ ଏକ ଖବର । ରାମ ସେତୁର ଶୁଟିଂ ଏବେ ଅଯୋଧ୍ୟାର ରିୟଲ ଲୋକେଶନରେ କରାଯିବ । ଏଥିପାଇଁ ଅକ୍ଷୟ ଚେଷ୍ଟା ଜାରି ରଖିଥିବା ବେଳେ ଶେଷରେ ଏଥିରେ ସଫଳ ହୋଇଛନ୍ତି । ଏହାକୁ ନେଇ ସେ ପୂର୍ବରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କ୍‌ଥା ହୋଇଥିବା ବେଳେ ଏବେ କିନ୍ତୁ ଏହାକୁ ଅନୁମତି ମିଳିଯାଇଛି । ନିକଟରେ ଯୋଗୀ ଆଦିତ୍ୟନାଥ ମୁମ୍ବାଇ ଗସ୍ତ କରିଥିବା ବେଳେ ସେଠାରେ ସେ ଉତ୍ତରପ୍ରଦେଶରେ ନିର୍ମାଣ ହେବାକୁ ଥିବା ଫଲ୍ମ ସିଟି ବିଷୟରେ କେତେଜଣ କଳାକାରଙ୍କ ସହ କଥା ହୋଇଥିଲେ । ଏହି ସମୟରେ ଅକ୍ଷୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟି ରାମ ସେତୁ ଶୁଟିଂ କଥା ଉଠାଇଥିବା ବେଳେ ଏଥିପାଇଁ ତାଙ୍କୁ ଅନୁମତି ମିଳିଥିବା ଜଣାପଡିଛି । ତେବେ ୨୦୨୧ ମଧ୍ୟ ଭାଗରେ ଏହାର ଶୁଟିଂ ଅଯୋଧ୍ୟାର ରିୟଲ ଲୋକେଶନରେ ହେବ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri