ଜନ୍ମଦିନରେ ଶୁଭେଚ୍ଛା ଜଣାଇଥିବା ପ୍ରଶଂସକଙ୍କୁ ଭିନ୍ନ ଅନ୍ଦାଜରେ ଧନ୍ୟବାଦ ଦେଲେ ଅକ୍ଷୟ

ମୁମ୍ବାଇ: ବଲିଉଡ ଖିଲାଡି ବୟ ଅକ୍ଷୟ କୁମାର ୯ ସେପ୍ଟମ୍ବରରେ ତାଙ୍କ ଜନ୍ମଦିନ ପାଳନ କରିଛନ୍ତି । ଆଉ ଏବେ ଅକ୍ଷୟ ୫୫ ବର୍ଷ ପୂରଣ କରି ୫୬ ବର୍ଷରେ ପାଦ ରଖିଛନ୍ତି । ଜନ୍ମଦିନ ଅବସରରେ ତାଙ୍କ ପ୍ରଶଂସକ ତଥା ବନ୍ଧୁ ପରିଜନ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ତେବେ ସୋସିଆଲ ମିଡଆ ମାଧ୍ୟମରେ ଅକ୍ଷୟଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଥିଲା । ଏହାପରେ ଅକ୍ଷୟ ଏହାକୁ ନେଇ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ତାହା ପୁଣି ଭିନ୍ନ ଅନ୍ଦାଜରେ । ସେ ଇନଷ୍ଟାଗ୍ରାମରେ ତାଙ୍କର ଏକ ଫଟୋ ଶେୟାର କରି ଧନ୍ୟବାଦ ଜଣାଇଛନ୍ତି । ଏହି ଫଟାରେ ସେ ଘାସ ପଡିଆରେ ଏକ ପାଚେରିକୁ ଆଉଜି ବସିଥିବା ଦେଖାଯାଉଛି ।
ଅକ୍ଷୟ ଯେଉଁ ପାଚେରିକୁ ଆଉଜି ବସିଛନ୍ତି ସେଥିରେ ଲେଖାଯାଇଛି, ଗୋଟିଏ ଜିନିଷକୁ ଆପଣ କେବେ ରିସାଇକଲ କରିପାରିବେ ନାହିଁ ତାହା ହେଉଛି ସମୟ । ଏହାକୁ ଶେୟାର କରି କ୍ୟାପଶନରେ ଅଭିନେତା ଲେଖିଛନ୍ତି । ସମୟ ଗଡି ଚାଲିଛି, ହେଲେ ଗୋଟିଏ କଥା ସବୁବେଳେ ରହିଯାଉଛି ତାହା ହେଲା କୃତଜ୍ଞତା, ଯାହା ମୁଁ ମୋର ସବୁ ଜନ୍ମଦିନରେ ଅନୁଭବ କରୁଛି । ଆପଣମାନଙ୍କ ଭଲପାଇବା ପାଇଁ ଧନ୍ୟବାଦ ।
ଅକ୍ଷୟଙ୍କ ଏହି ପୋଷ୍ଟକୁ ପ୍ରଶଂସକ ଖୁବ୍ ପସନ୍ଦ କରୁଛନ୍ତି । ଏହାସହ ତାଙ୍କୁ ବେଷ୍ଟ ଅଭିନେତା ଟ୍ୟାଗ ବି ଦେଇଛନ୍ତି । କମ୍ ଦିନ ମଧ୍ୟରେ ଅଭିନେତା ରାମ ସେତୁ, ଯୋଦ୍ଧା ଭଳି ଫିଲ୍ମରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?