ଅକ୍ଷୟ କୁମାରଙ୍କ ବଦାନ୍ୟତା

ଅଭିନେତା ଅକ୍ଷୟ କୁମାରଙ୍କ ହେୟାର ଷ୍ଟାଇଲିଷ୍ଟ ମିଲନ ଯାଦବ ନିକଟରେ ପ୍ରାଣ ହରାଇଛନ୍ତି। ଅକ୍ଷୟଙ୍କ ସହ ସେ ୧୫ ବର୍ଷ କାମ କରିଥିଲେ। ମିଲନଙ୍କ ଆକସ୍ମିକ ମୃତ୍ୟୁକୁ ସହଜେ ହଜମ କରିପାରୁନାହାନ୍ତି ଅକ୍ଷୟ କୁମାର। ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ତାଙ୍କ ପରିବାରକୁ ସହାୟତା କରିବାକୁ ନିଷ୍ପତ୍ତି ନେଇଛନ୍ତି।
ଅକ୍ଷୟ ତାଙ୍କର ଏକ ଫିଲ୍ମ ସେଟରୁ ମିଲନଙ୍କ ଏକ ଫଟୋ ଅପଲୋଡ କରି ଏହାର କ୍ୟାପସନ ଦେଇଛନ୍ତି, ମୋର ଗୋଟିଏ ବି କେଶ ଯେମିତି ନଷ୍ଟ ନ ହେବ ସେଥିପ୍ରତି ତୁମେ ନିଶ୍ଚିତ ଥାଅ। ହେୟାର ଡ୍ରେସର ଭାବେ ୧୫ ବର୍ଷର ଅଧିକ ତୁମେ ମୋ ସହ ରହିଛ। ତଥାପି ବିଶ୍ୱାସ କରିପାରୁନାହିଁ ଯେ ତୁମେ ଆମକୁ ଛାଡିଛ ଯାଇଛ। ତୁମକୁ ବହୁତ ମିସ୍‌ କରିବି ମିଲାନୋ। ଓମ ଶାନ୍ତି।
ମିଲନ କର୍କଟ ରୋଗରେ ପୀଡିତ ଥିଲେ। ଦୀର୍ଘ ଦିନର ଲଢେଇ ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଅକ୍ଷୟ ମିଲନଙ୍କ ପରିବାରକୁ ସବୁପ୍ରକାର ସହାୟତା ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।
ଅକ୍ଷୟଙ୍କୁ ନିକଟରେ କଠପୁତଲିରେ ଦେଖିବାକୁ ମିଳିଥିଲା। ଚଳିତ ମାସ ଆରମ୍ଭରେ ଏହି ଫିଲ୍ମଟି ସିଧାସଳଖ ଡିଜିଟାଲ ରିଲିଜ ହୋଇଥିଲା। ୨୦୧୮ ତାମିଲ ଫିଲ୍ମ ରତନସନର ଏହା ଏକ ହିନ୍ଦୀ ରିମେକ ଥିଲା। ହିନ୍ଦୀ ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ରଞ୍ଜିତ ଏମ ତିୱାରୀ ଏବଂ ଏଥିରେ ମୁଖ୍ୟ ଭୂମିକାରେ ରକୁଲପ୍ରୀତ ସିଂ ମଧ୍ୟ ଅଭିନୟ କରିଥିଲେ।
ଅକ୍ଷୟଙ୍କୁ ଆଗାମୀ ଦିନରେ ରାମ ସେତୁରେ ଦେଖିବାକୁ ମିଳିବ। ଏହା ଦଶହରାରେ ରିଲିଜ ହେବ। ଏହି ଫିଲ୍ମରେ ନୁଶରତ ଭରୁଚା, ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ ମଧ୍ୟ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri